‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୧୦ା୧୦ (ଡି.ଏନ୍‌.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌ ଅଧିକାରୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ବିଭାଗ ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ଏବଂ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌) ଅଧ୍ୟକ୍ଷା ଶାଳିନୀ ପଣ୍ଡିତ।
ଅଧିକାରୀମାନେ ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରିଥିଲେ। ସେଠାରେ ଏକାଧିକ ରୋଗୀଙ୍କୁ ଭେଟି ସେମାନଙ୍କୁ ମିଳୁଥିବା ସୁବିଧାସୁଯୋଗ ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ସ୍ଥାନୀୟ ଚିକିତ୍ସାଳୟରେ ଭିତ୍ତିଭୂମିର ଉନ୍ନୟନ ନେଇ କର୍ମଚାରୀ ଏବଂ ଅଧିକାରୀମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ଡାକ୍ତରଖାନାକୁ ଆସୁଥିବା ପ୍ରତ୍ୟେକ ରୋଗୀ ଯେପରି ଉପଯୁକ୍ତ ଚିକିତ୍ସା ପାଇବେ, ସେ ଦିଗରେ ସମସ୍ତ କର୍ମଚାରୀ ଯତ୍ନଶୀଳ ହେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ରୋଗୀଙ୍କ ସହ ଆସୁଥିବା ବ୍ୟକ୍ତିବିଶେଷଙ୍କ ସହ ଉପଯୁକ୍ତ ବ୍ୟବହାର ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଚିକିତ୍ସାଳୟରେ ଆବଶ୍ୟକ ହେଉଥିବା ମେଡିସିନ୍‌ ଏବଂ ଉପକରଣ ସମ୍ପର୍କିତ ତଥ୍ୟ ମଧ୍ୟ ଅଧିକାରୀଙ୍କ ଦ୍ୱାରା ସଂଗୃହୀତ କରାଯାଇଥିଲା। ମୁଖ୍ୟ ଚିକିତ୍ସାଳୟ ପରେ ଜିଲାର ଅନ୍ୟ ବ୍ଲକସ୍ତରୀୟ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକ ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା।
ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ) ଅଜୟ କୁମାର ବୈଠାରୁ କହିଛନ୍ତି ଯେ, ମାଲକାନଗିରି ଡାକ୍ତରଖାନାରେ ଖାଲି ପଡିଥିବା ପଦବୀରେ ନିଯୁକ୍ତି, ପ୍ରତି ସପ୍ତାହରେ ଅନ୍ୟ ଜିଲା ଏବଂ ରାଜ୍ୟରୁ ବିଶେଷଜ୍ଞମାନେ ଦୁଇଥର ମାଲକାନଗିରି ଆସି ରୋଗୀଙ୍କୁ ପରୀକ୍ଷା କରିବେ। ରୋଗୀଙ୍କ ସମସ୍ତ ଔଷଧ ଖର୍ଚ୍ଚ ସରକାର ବହନ କରିବେ ା ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ରହିବା ସୁବିଧା, କ୍ୟାଣ୍ଟିନ୍‌ ବ୍ୟବସ୍ଥା ଆଦି କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିବା ସିଡିଏମ୍‌ଓ କହିଥିଲେ। ସେହିପରି ଡାକ୍ତରଖାନାରେ ୨୪ ଘଣ୍ଟିଆ ଶୁଦ୍ଧ ପାନୀୟଜଳ ଯୋଗାଣ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଆଗାମୀ ଦିନରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ମାଲକାନଗିରି ଜିଲା ଉଲ୍ଲେଖନୀୟ ସୋପାନ ହାସଲ କରିବା ନେଇ ଏନ୍‌ଏଚ୍‌ଏମ୍‌ ଅଧ୍ୟକ୍ଷା ଶାଳିନୀ ପଣ୍ଡିତ ଦୃଢୋକ୍ତି ପ୍ରକାଶ କରିଥିଲେ। ଉଲ୍ଲେଖଯୋଗ୍ୟ, ୩ ଅଧିକାରୀ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଏମ୍‌.ଭି- ୩ସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ ଅବତରଣ କରି ସେଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଗସ୍ତ କରିଥିଲେ। ସେମାନଙ୍କ ସହ ଜିଲାପାଳ ମନୀଷ ଅଗ୍ରଓ୍ବାଲ, ଏସ୍‌ପି ହୃଷୀକେଶ ଡି. ଖିଲାରି, ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ) ଅଜୟ କୁମାର ବୈଠାରୁ, ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ(ଏଡିଏମ୍‌ଓ) ଅନିଲ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମ ପରେ ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ପୂର୍ବାପେକ୍ଷା ଅଧିକ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri