ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ, ମୟୂରଭଞ୍ଜ, ନୟାଗଡ଼ ଓ ନବରଙ୍ଗପୁର। ଏସବୁ ଜିଲାରେ ମୋ ସ୍କୁଲ ଯୋଜନାରେ ମୋଟ ୫,୮୨, ୭୬,୫୧୮ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ବ୍ୟୟ କରାଯିବ। ଏଥିରୁ ରାଜ୍ୟ ସରକାର ୩,୮୮,୫୧,୦୧୨ ଟଙ୍କା ଅନୁଦାନ ଯୋଗାଇ ଦେଇଥିବା ବେଳେ ଜନସାଧାରଣଙ୍କଠାରୁ ୧,୯୪,୨୫,୫୦୬ ଟଙ୍କା ପାଣ୍ଠି ସଂଗୃହୀତ ହୋଇଛି। ମୋ ସ୍କୁଲ ଯୋଜନାର କାର୍ଯ୍ୟନିର୍ବାହୀ ବୈଠକ ସୋମବାର ଓପେପା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ୧ ହଜାର ସ୍କୁଲ ପାଠାଗାରକୁ କ୍ରିୟାଶୀଳ କରାଯିବା ସହ ପଠନ ପ୍ରୋତ୍ସାହନ କେନ୍ଦ୍ରରେ ପରିଣତ କରାଯିବ। ୫ହଜାର ସ୍କୁଲରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ୫-ଟି କାର୍ଯ୍ୟକ୍ରମ କରାଯିବ। ୧୦୦ଟି ଓଡ଼ିଆ ଓ ଇଂଲିଶ ମାଧ୍ୟମ ସ୍କୁଲର ସଫଳ କାହାଣୀ ସଂଗ୍ରହ କରାଯାଇ ସଚେତନତା ସୃଷ୍ଟି କରାଯିବ। ବିଭିନ୍ନ ଯୋଗାଯୋଗ ବ୍ୟବସ୍ଥା ଓ ଓ୍ବେବ୍‌ ପୋର୍ଟାଲ ମାଧ୍ୟମରେ ୨ଲକ୍ଷ ପୂର୍ବତନ ଛାତ୍ରୀଛାତ୍ରଙ୍କ ସହ ଯୋଗାଯୋଗ କରାଯିବ। ମୋ ସ୍କୁଲ ଯୋଜନା ରାଜ୍ୟର ସବୁ ହାଇସ୍କୁଲକୁ ସମ୍ପ୍ରସାରଣ କରାଯିବ। ଚଳିତବର୍ଷ ଶେଷ ସୁଦ୍ଧା ୫୦ ବର୍ଷରୁ ଊର୍ଦ୍ଧ୍ୱ ପୁରାତନ ହାଇସ୍କୁଲକୁ ଏହି ଯୋଜନାରେ ସର୍ବାଗ୍ରେ ସାମିଲ କରାଯିବ। ବିଭିନ୍ନ ସ୍କୁଲକୁ ମଞ୍ଜୁର ହୋଇଥିବା କାର୍ଯ୍ୟ ଅକ୍ଟୋବର ୩୧ସୁଦ୍ଧା ଶେଷ କରାଯିବ। ଅଗଷ୍ଟ ୧୫ ସୁଦ୍ଧା ଏହି ଯୋଜନା ଅଧୀନସ୍ଥ ହାଇସ୍କୁଲଗୁଡ଼ିକୁ ଓ୍ବେବ୍‌ ପୋର୍ଟାଲ ସହ ସଂଯୋଗ କରାଯିବାକୁ ପ୍ରସ୍ତାବ ରହିଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭୂପେନ୍ଦ୍ର ସିଂ ପୁନିଆ କହିଛନ୍ତି। ଉକ୍ତ ବୈଠକରେ ପ୍ରାଥମିକ ଶିକ୍ଷା, ଏସ୍‌ସିଇଆର୍‌ଟି, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମୋ ସ୍କୁଲ ଯୋଜନାର ସ୍ବତନ୍ତ୍ର ଅଧିକାରୀ, ମୁଖ୍ୟ ପରିଚାଳନା ଅଧିକାରୀ, ରାସ୍ତା ଓ କୋଠାବାଡ଼ି ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ଏବଂ ଓପେସା ଅର୍ଥ ପରାମର୍ଶଦାତା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମୋ ସ୍କୁଲ ଯୋଜନାରେ ଓଡ଼ିଶା ସୋସାଇଟି ଅଫ୍‌ ଆମେରିକାର ସଦସ୍ୟମାନେ ପୁରୀ ଜିଲାରେ ‘ଫନୀ’ କ୍ଷତିଗ୍ରସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକର ମରାମତି ପାଇଁ ୨୦ଲକ୍ଷ ଟଙ୍କା ଅନୁଦାନ ଦେବେ ବୋଲି ପତ୍ର ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri