Posted inଜାତୀୟ

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି ନୂଆଦିଲ୍ଲୀର ରାଇସିନା ହିଲ ସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ବ୍ୟାପକ ଆୟୋଜନ ଓ ପ୍ରସ୍ତୁତି କରାଯାଇଛି। ଏହି ଶପଥ ଗ୍ରହଣରେ ଦେଶ ବିଦେଶରୁ ପ୍ରାୟ ୬ହଜାର ୫ଶହ ହାଇପ୍ରୋଫାଇଲ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ସନ୍ଧ୍ୟା ୭ଟାରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଅତିଥିମାନଙ୍କ ପାଇଁ ରାତ୍ର ଭୋଜନର ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’ର ବ୍ୟବସ୍ଥା କରାଯାଇଛି। ଏଥିରେ ରାଷ୍ଟ୍ରପତି ଭବନର ପ୍ରମୁଖ ରାନ୍ଧୁଣିଆମାନଙ୍କ ଦ୍ୱାରା ପ୍ରସ୍ତୁତ ଉଭୟ ଆମିଷ ଓ ନିରାମିଷର ଏକାଧିକ ବ୍ୟଞ୍ଜନ ରହିଛି। ଏହି ରାତ୍ର ଭୋଜନରେ ଖାସ୍‌ ବ୍ୟଞ୍ଜନ ରହିଛି ରାଷ୍ଟ୍ରପତି ଭବନର ‘ସିଗ୍ନେଚର୍‌ ଡିସ୍‌’ ରୂପେ ଖ୍ୟାତ ‘ଡାଲ ରାଇସିନା’। ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବା ପୂର୍ବରୁ ଆସିଥିବା ଅତିଥିଙ୍କ ପାଇଁ ‘ହାଇ-ଟି’ ପ୍ରଦାନ କରାଯିବ। ଏଥିରେ ଚା’, କଫି, ଲେମ୍ବୁ ସରବତ୍‌ଠାରୁ ଆରମ୍ଭ କରି ନିରାମିଷ ଓ ଆମିଷରେ ଅନେକ ପ୍ରକାରର ଜଳଖିଆ ରହିବ। ନିରାମିଷରେ ବିଭିନ୍ନ ପ୍ରକାରର ସିଙ୍ଗଡ଼ା ଓ ପକୋଡ଼ା ରହିଥିବା ବେଳେ ଆମିଷରେ ବିଭିନ୍ନ କିସମର କଟ୍‌ଲେଟ୍‌ ସହ ପକୋଡ଼ା ମଧ୍ୟ ରହିଛି। ଆଉ ମିଠାରେ ରହିଛି ରାଜଭୋଗ। ଏହି ବ୍ୟଞ୍ଜନଗୁଡ଼ିକ ତିଆରି ପାଇଁ ୪୮ଘଣ୍ଟାର ସମୟ ଲାଗୁଥିବାରୁ ରାଷ୍ଟ୍ରପତି ଭବନର ରାନ୍ଧୁଣିଆମାନେ ମଙ୍ଗଳବାରଠାରୁ ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ଚଳିତ ବର୍ଷ ସମାରୋହର ପ୍ରସ୍ତୁତି ପ୍ରାୟ ୨୦୧୪ ଭଳି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?