Posted inଜାତୀୟ

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି। ଜାନୁୟାରୀ ୨ରେ ଏକ ବୈଠକରେ ମୋଦି କହିଥିଲେ ଯେ, ବଡ଼ବଡ଼ ଔଷଧ କମ୍ପାନୀଗୁଡ଼ିକ ଡାକ୍ତରମାନଙ୍କୁ ଉପହାର ଦେଉଛନ୍ତି। ଯାହା ଲାଞ୍ଚ ସହିତ ସମାନ। ତେଣୁ ଏପରି ନ କରିବା ପାଇଁ ସେ ବୈଠକରେ ଉପସ୍ଥିତ ଔଷଧ କମ୍ପାନୀଗୁଡ଼ିକର ପ୍ରତିନିଧିଙ୍କ ଉଦ୍ଦେଶ୍ୟରେ କହିଥିଲେ। କେତେକ କମ୍ପାନୀ ଡାକ୍ତରଙ୍କ ପାଇଁ ବିଦେଶ ଭ୍ରମଣ ଯୋଗାଇଦେବା ସହିତ ବିଭିନ୍ନ ଅନୈତିକ ଉପାୟ ଅବଲମ୍ବନ କରୁଥିବା ମଧ୍ୟ ମୋଦି କହିଥିଲେ। ମୋଦିଙ୍କ ଏହି ମନ୍ତବ୍ୟ ନେଇ ଭାରତୀୟ ମେଡିକାଲ ସଂଘ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ମୋଦି ଦେଇଥିବା ନିଜ ମନ୍ତବ୍ୟକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରମାଣିତ କରାଯାଉ ନଚେତ୍‌ ନିସର୍ତ୍ତ କ୍ଷମାପ୍ରାର୍ଥନା କରାଯାଉ ବୋଲି ମେଡିକାଲ ସଂଘ ପକ୍ଷରୁ କୁହାଯାଇଛି। ଯଦି ସରକାରଙ୍କ ପାଖରେ ଏଭଳି କରୁଥିବା କମ୍ପାନୀଗୁଡ଼ିକ ଆବଶ୍ୟକ ପ୍ରମାଣ ଥିଲା ତେବେ ଆପରାଧୀକ ମାମଲା ରୁଜୁ ନ କରାଯାଇ ସେମାନଙ୍କୁ କାହିଁକି ବୈଠକକୁ ଡକା ଯାଇଥିଲା ବୋଲି ମେଡିକାଲ ସଂଘ ପ୍ରଶ୍ନ କରିଛି। ଏନେଇ ମେଡିକାଲ ସଂଘ ପକ୍ଷରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଡାକ୍ତର ରାଜନ ଶର୍ମା ଏବଂ ସାଧାରଣ ସମ୍ପାଦକ ଆର୍‌.ବି. ଅଶକୋନ୍‌ଙ୍କ ସ୍ବାକ୍ଷର ଥିବା ବିଜ୍ଞପ୍ତି ଜାରି ହୋଇଛି। ଏଭଳି କାର୍ଯ୍ୟରେ ଲିପ୍ତଥିବା ଡାକ୍ତରଙ୍କ ତାଲିକା ପ୍ରକାଶ ପାଇଁ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri