ରାଜ୍ୟ ଭାଜପା ପକ୍ଷରୁ କରାଯିବ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଶନିବାର ପୂରଣ ହେବ। ଏହି ବର୍ଷକ ମଧ୍ୟରେ ମୋଦି ସରକାର ବହୁ ବଡ଼ବଡ଼ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି। ମୋଦି ସରକାରଙ୍କ ଏହି ସମସ୍ତ ସଫଳତାର ବାର୍ତ୍ତା ଲୋକମାନଙ୍କ ନିକଟରେ ରାଜ୍ୟ ଭାଜପା ନେତାମାନେ ଆସନ୍ତା ସପ୍ତାହେ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପହଞ୍ଚାଇବେ। ‘ଭୋକାଲ ଫର୍‌ ଲୋକାଲ’କୁ ଗୁରୁତ୍ୱ ଦେଇ ସ୍ଥାନୀୟ ତଥା ସ୍ବଦେଶୀ ସାମଗ୍ରୀର ବ୍ୟବହାର ନିମନ୍ତେ ସମସ୍ତ କାର୍ଯ୍ୟକର୍ତ୍ତା ସଂକଳ୍ପ ନେବେ ବୋଲି ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି।
ଗୋଲକ କହିଛନ୍ତି ଯେ, ମୋଦି ସରକାରଙ୍କ ପ୍ରଥମ ବର୍ଷର ପ୍ରମୁଖ ଉପଲବ୍ଧିର ବ୍ୟାପକ ପ୍ରଚାର ଓ ପ୍ରସାର କରାଯିବ। ଭର୍ଚୁଆଲ ରାଲି ମାଧ୍ୟମରେ ରାଷ୍ଟ୍ରୀୟ ତଥା ରାଜ୍ୟସ୍ତରୀୟ ପ୍ରମୁଖ ନେତୃବୃନ୍ଦମାନେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏବଂ ସାଧାରଣ ଜନତାଙ୍କ ସହ ଯୋଡିହୋଇ ଚର୍ଚ୍ଚା, ଆଲୋଚନା କରିବେ। ରାଜ୍ୟର ସମସ୍ତ ପ୍ରମୁଖ ସ୍ଥାନରେ ଖବରଦାତା ସମ୍ମିଳନୀ ଆୟୋଜନ ହେବ। ପ୍ରଧାନମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସମେତ ପ୍ରମୁଖ ନେତୃବୃନ୍ଦଙ୍କ ବାର୍ତ୍ତା ଏବଂ କେନ୍ଦ୍ର ସରକାରଙ୍କ ଉପଲବ୍ଧିକୁ ବିଭିନ୍ନ ଗଣମାଧ୍ୟମ ଜରିଆରେ ସାଧାରଣ ଲୋକଙ୍କ ପାଖକୁ ପହଞ୍ଚାଯିବ। ଓଡ଼ିଶାରେ ଏହି ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ପାଳନ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି ା ରାଜ୍ୟ ସଂଯୋଜକ ଭାବେ ପୃଥ୍ବୀରାଜ ହରିଚନ୍ଦନ ଏବଂ ଅନନ୍ତ ନାୟକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ା ରାଜ୍ୟରେ କାର୍ଯ୍ୟକ୍ରମର ରୂପରେଖ ପ୍ରସ୍ତୁତି ପାଇଁ ବିଧାୟକ ବିଷ୍ଣୁ ସେଠୀ ଓ ରାଜ୍ୟ ସମ୍ପାଦକ ଯତୀନ ମହାନ୍ତିଙ୍କୁ ମିଳିତଭାବେ ଦାୟିତ୍ୱ ଦିଆଯାଇଛି। ସାମାଜିକ ଗଣମାଧ୍ୟମ ଜରିଆରେ ପ୍ରଚାର ଓ ପ୍ରସାରର ଦାୟିତ୍ୱ ଲେଖାଶ୍ରୀ ସାମନ୍ତସିଂହାର ତୁଲାଇବେ। ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ଭର୍ଚୁଆଲ୍‌ ରାଲି ପାଇଁ ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ ପଟେଲ ଓ କାଳିନ୍ଦୀ ସାମଲ ଦାୟିତ୍ୱ ନେଇଛନ୍ତ ବୋଲି ଗୋଲକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri