Posted inଜାତୀୟ

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ। ରାଜୀବ କ୍ଷମତାର ଅପବ୍ୟବହାର କରି କେବେହେଲେ ଲୋକଙ୍କୁ ଭୟଭୀତ କରାଉ ନ ଥିଲେ କି କାହାକୁ ଧମକ ଦେଉ ନ ଥିଲେ। ଏପରି କି ତାଙ୍କ ଅମଳରେ କୌଣସି ସାମ୍ବିଧାନିକ ସଂସ୍ଥାକୁ ଧ୍ୱଂସ କରାଯାଇ ନ ଥିଲା ବୋଲି ଗୁରୁବାର କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ।
ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ପାଳନ ଅବସରରେ ନୂଆଦିଲ୍ଲୀର କେଡି ଯାଦବ ଇନ୍‌ଡୋର ଷ୍ଟାଡିୟମ୍‌ରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସୋନିଆ ଏଥିରେ ସମ୍ବୋଧିତ କରି କହିଥିଲେ, ଏବେ କଂଗ୍ରେସ କେତେକ କଠିନ ଚ୍ୟାଲେଞ୍ଜକୁ ସାମ୍ନା କରୁଥିଲେ ହେଁ ବିଭାଜନକାରୀ ଶକ୍ତିଗୁଡ଼ିକ ବିରୋଧରେ ଆଦର୍ଶଗତ ଲଢ଼େଇ ଜାରି ରଖିବା ଜରୁରୀ ହୋଇପଡ଼ିଛି ବୋଲି ସୋନିଆ କହିଛନ୍ତି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଗିରଫ କରାଯାଇଥିବାବେଳେ ସିବିଆଇ ଏବଂ ଇଡିର ଅପବ୍ୟବହାର ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି। ବ୍ୟକ୍ତିଗତ ପ୍ରତିଶୋଧ ନେବା ପାଇଁ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର କେନ୍ଦ୍ରୀୟ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଥିବା ଅଭିଯୋଗ ଆଣୁଥିବାବେଳେ ଦଳର ଅଧ୍ୟକ୍ଷା ସୋନିଆ ରାଜୀବ ଗାନ୍ଧୀଙ୍କ ଉଦାହରଣ ଦେଇ ପରୋକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପକ୍ଷରେ ଶିରୋମଣି ଅକାଳୀ ଦଳ ସୋନିଆଙ୍କ ସମାଲୋଚନାର ଜବାବ ରଖିଛି। ରାଜୀବଙ୍କ ଶାସନ ଅମଳରେ ଲୋକଙ୍କୁ ହତ୍ୟା କରି ବିଜୟର ପୁରସ୍କାର ଦିଆଯାଇଥିଲା ବୋଲି ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ବେଳର କଥା ମନେପକାଇ ଦେଇଛନ୍ତି ଅକାଳୀ ଦଳ ମୁଖପାତ୍ର ମନ୍‌ଜିନ୍ଦର ସିଂ ସିର୍ସା। ଶିଖ୍‌ମାନଙ୍କୁ ହତ୍ୟା କରିବା ପାଇଁ ଲୋକଙ୍କୁ ଉସୁକାଇଥିବା କଂଗ୍ରେସ ନେତା ସଜ୍ଜନ କୁମାର ଓ ଜଗଦୀଶ ଟାଇଟଲରଙ୍କ ବିରୋଧରେ କଂଗ୍ରେସ କିଛି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବା ସେ ସମାଲୋଚନା କରିଛନ୍ତି।
ଯେ, ୧୯୮୪ ଲୋକ ସଭା ନିର୍ବାଚନରେ କଂଗ୍ରେସ ୪୦୦ରୁ ଅଧିକ ଆସନରେ ବିଜୟୀ ହେବା ପରେ ରାଜୀବ ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ୩୦୩ ଆସନ ଦଖଲ କରିଥିବାବେଳେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri