Posted inଜାତୀୟ

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ହେଲେ ମୋଦିଙ୍କ ସରକାରରେ କିଏ ହେବେ ମନ୍ତ୍ରୀ ତାକୁ ନେଇ ଏବେ ଚାଲିଛି ନାନା କଳ୍ପନାଜଳ୍ପନା। ମୋଦିଙ୍କ ଶପଥ ଗ୍ରହଣକୁ ଅପେକ୍ଷା ରଖିଥିବା ଗଣମାଧ୍ୟମ ପ୍ରତିନିଧି ଓ କେତେଜଣ ନେତାଙ୍କ ମଧ୍ୟରେ ଚାଲିଥିବା ଥଟ୍ଟା ପରିହାସ ଏବେ ଖବର ପାଲଟି ଯାଇଛି। କାରଣ ସନ୍ଧ୍ୟାରେ ମୋଦି ଶପଥ ଗ୍ରହଣ କରିବାକୁ ଥିବା ବେଳେ ଦିନ ମଧ୍ୟରେ ମୋଦି ଓ ଅମିତ ଶାହଙ୍କୁ ନେଇ ଜରୁରୀ ବୈଠକ ମଧ୍ୟ ବସିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଜୟୀ ପ୍ରାର୍ଥୀଙ୍କ ନିକଟକୁ ଫୋନ୍‌ କଲ୍‌ ମଧ୍ୟ ଯାଉଛି। ଯେଉଁମାନେ ମୋଦିଙ୍କ ପରେ ପରେ ଶପଥ ଗ୍ରହଣ କରିବେ ଓ ମନ୍ତ୍ରୀ ପଦ ପାଇବେ ସେମାନଙ୍କୁ ଫୋନ୍‌ କଲ୍‌ ଯାଉଥିବା କୁହାଯାଉଛି। ତେଣୁ ଏବେ ଆଲୋଚନାର ବିଷୟ ପାଲଟିଛି ଯେ, ଯଦି ମୋଦି ସରକାରରେ ମନ୍ତ୍ରୀ ପଦ ପାଇବାର ଅଛି ତେବେ ଫୋନ୍‌ ଚାର୍ଜ ରଖିବା ଜରୁରୀ। ନଚେତ୍‌ ଏହା ଯେ ହାତଛଡା ହୋଇ ନ ଯିବ ତା କିଏ କହିବ। ଏହି କ୍ରମରେ ଜଣେ ପୂର୍ବତନ ନେତା ମଧ୍ୟ କହିଛନ୍ତି, ପୂର୍ବଥର ମଧ୍ୟ ତାଙ୍କ ନିକଟକୁ ଫୋନ୍‌ କଲ୍‌ ଯିବା ସମୟରେ ସେ ଏହା ରିସିଭ୍‌ କରି ନ ପାରି ଭାରି ପସ୍ତେଇ ଥିଲେ। ଯାହା ସମସ୍ତଙ୍କ ମଧ୍ୟରେ ହାସ୍ୟରୋଳ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri