Posted inଜାତୀୟ

ମୋଦିଙ୍କ ଜମ୍ମୁ-କଶ୍ମୀର ରୋଡ୍‌ମ୍ୟାପ୍‌: ୧୦ ମନ୍ତ୍ରଣାଳୟର ମିଳିତ ସହଯୋଗରେ ହେବ ବିକାଶ

ଶ୍ରୀନଗର,୫।୯: ଜମ୍ମୁ-କଶ୍ମୀର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି। ୧୦ଟି ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏଠାକାର ବିକାଶ ସମ୍ଭବ ହେବ। ରୋଡ୍‌ମ୍ୟାପ୍‌ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ଏହାଦ୍ୱାରା ବିଏସ୍‌ଏଫ୍‌ ଏବଂ ସିଆର୍‌ପିଏଫ୍‌ରେ ସ୍ଥାନୀୟ ଯୁବବର୍ଗଙ୍କୁ ନିଯୁକ୍ତି ଦିଆଯିବ। ସେହିପରି କ୍ୟାବିନେଟ ସେକ୍ରେଟାରିଏଟ୍‌ ଅନ୍ତର୍ଗତ ଏଠାରେ ୩ରୁ ୫ଟି ସରକାରୀ ସ୍ବୀକୃତିପ୍ରାପ୍ତ ସାର୍ବଜନିକ କମ୍ପାନୀ ସ୍ଥାପନ କରାଯିବ। ଏହା ସହିତ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏଠାରେ ବିଦ୍ୟୁତ୍‌ ଦର କମ୍‌ କରାଯିବା ଲାଗି ପ୍ରୟାସ କରାଯିବ। ସ୍ଥାନୀୟ ଲୋକଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ କରାଯିବ ବୋଲି ରୋଡ୍‌ମ୍ୟାପ୍‌ରେ ଦର୍ଶାଯାଇଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାନୀୟ ଲୋକଙ୍କ ବିକାଶ ଦକ୍ଷତା ଆଧାରରେ ସମ୍ପନ୍ନ ହେବ। ଏଠାରେ ଆବଶ୍ୟକ ନିବେଶ ପାଇଁ ନୀତି ଆୟୋଗ ପକ୍ଷରୁ ଯୋଜନା କରାଯିବ। ଏଠାରେ ଶିଳ୍ପର ବିକାଶ ପାଇଁ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରହିଛି। ସ୍ଥାନୀୟ ପର୍ଯ୍ୟଟନ ଶିଳ୍ପର ବିକାଶ ଲାଗି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ କରାଯିବ। ନବୀନ ଏବଂ ନବୀକରଣ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏଠାରେ ବିକଳ୍ପ ଶକ୍ତି ଉତ୍ସର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯିବ। ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ନିବେଶ ବୃଦ୍ଧି ଲାଗି ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯିବ। ଏହାଦ୍ୱାରା ରାଜ୍ୟର ସର୍ବାଙ୍ଗୀନ ଊନ୍ନତି ହୋଇପାରିବ ବୋଲି ରୋଡ୍‌ମ୍ୟାପ୍‌ରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri