Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି କୁହାଯାଉଛି। ୨୦୧୪ରେ ଶପଥ ଗ୍ରହଣ ଉତ୍ସବରେ ୫ ହଜାର ଅତିଥି ଯୋଗଦେଇଥିଲେ। ଏହି ଉତ୍ସବରେ ନେପାଳ, ଭୁଟାନ୍‌, ମରିସସ୍‌ ଆଦିର ପ୍ରଧାନମନ୍ତ୍ରୀ, ଶ୍ରୀଲଙ୍କା, ମ୍ୟାନ୍‌ମାର୍‌ ଓ ବାଂଲାଦେଶର ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଥାଇଲାଣ୍ଡ୍‌, କିରଗିଜ୍‌ସ୍ତାନ ଆଦିର ପ୍ରତିନିଧି ଯୋଗ ଦେବେ ବୋଲି କୁହାଯାଉଛି। ଏହି ଉତ୍ସବରେ ଦକ୍ଷିଣ ସୁପର ଷ୍ଟାର ରଜନୀକାନ୍ତ, କମଲହାସନ ମଧ୍ୟ ଯୋଗଦେବେ। ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri