ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ କାହିଁକି ଯୋଗଦେଲେନି ଅକ୍ଷୟ

ମୁମ୍ବାଇ: ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ଦେଶ ବିଦେଶର ବହୁ ନାମୀଦାମୀ ବ୍ୟକ୍ତିତ୍ୱ ପହଞ୍ଚିଥିବା ବେଳେ ବଲିଉଡ୍‌ ଦୁନିଆର କେତେଜଣ ବଛାବଛା କଳାକାର ମଧ୍ୟ ପହଞ୍ଚିଥିଲେ। ହେଲେ ଅତିଥି ତାଲିକାରେ ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାଁ ଥିଲେ ମଧ୍ୟ ଉକ୍ତ ଉତ୍ସବରେ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ପୂର୍ବରୁ ମୋଦିଙ୍କ ସହ ଏକ ସାକ୍ଷାତ୍‌କାରରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଅକ୍ଷୟ କାହିଁକି ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇ ନ ଥିଲେ ତାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଥିଲା। ଅସଲ କଥା ହେଲା ଗୁରୁବାର ସେ ଭାରତରେ ନ ଥିଲେ। କୌଣସି କାମରେ ସେ ବିଦେଶ ଯାତ୍ରା କରିଥିବାରୁ ଉକ୍ତ ଉତ୍ସବରେ ଯୋଗ ଦେଇ ପାରି ନ ଥିଲେ। ତେବେ ଅନ୍ୟମାନଙ୍କ ମଧ୍ୟରେ ଅନୁପମ ଖେର୍‌, କଙ୍ଗନା ରାନାଓ୍ବତ୍‌, କରନ୍‌ ଯୋହର ଆଦିଙ୍କୁ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri