ମୋଦିଙ୍କ ସମ୍ମାନରେ ଛତା ଧରିଲେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି

ବିଶକେକ୍‌,୧୫।୬: ଶୀଲଙ୍କା ପରେ ଏବେ କିରଗିଜ୍‌ସ୍ଥାନରେ ବଢ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ। ସେଠାକାର ରାଷ୍ଟ୍ରପତି ମୋଦିଙ୍କ ପାଇଁ ଛତା ଧରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ସଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ବୈଠକରେ ଯୋଗଦେବା ପାଇଁ ବିଶ୍‌କେକ୍‌ ଯାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିସକେକ୍‌ରେ ମୋଦିଙ୍କୁ ସମ୍ମାନ ସହ ଜୋରଦାର ସ୍ବାଗତ କରାଯାଇଥିଲା। ଏହାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଏସ୍‌ସିଓ ସମ୍ମିଳନୀ ବୈଠକର ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୋଦି ଯାଉଥିବା ବେଳେ ବର୍ଷା ହୋଇଥିଲା। ସେହି ସମୟରେ ମୋଦିଙ୍କ ସୁରକ୍ଷାକର୍ମୀଙ୍କ ବଦଳରେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି ସୁରୋନବେ ଜୀନବେକବ ତାଙ୍କ ପାଇଁ ଛତା ଧରିଥିଲେ। ସୁରୋନବେ ମୋଦିଙ୍କୁ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଛତା ଧରି ନେଇଥିଲେ।

ସେହିପରି ଗତ ସପ୍ତାହରେ ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇଥିବା ବେଳେ ରାଜଧାନୀ କଲୋମ୍ବରେ ପହଞ୍ଚିବା ପରେ ବର୍ଷା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ବର୍ଷା ପଡିବା ପୂର୍ବରୁ ଅନ୍ୟ ଅଧିକାରୀଙ୍କ ବଦଳରେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଲ ସିରିସେନା ଛତା ଧରିଥିଲେ। ଏସ୍‌ସିଓ ଶିଖର ସମ୍ମିଳନୀ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ମଧ୍ୟ ଯୋଗଦେଇଥିଲେ। ଦୁଇ ଦେଶର ପ୍ରଧାନମନ୍ତ୍ରୀଙ୍କ ଭିତରେ କୌଣସି କଥାବାର୍ତ୍ତା ହୋଇ ନ ଥିବା ବେଳେ ବୈଠକରେ ମୋଦି ପାକିସ୍ତାନକୁ ଆତଙ୍କବାଦ ପ୍ରସଙ୍ଗରେ ଘେରି କୂଟନୈତିକ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri