ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଅବସରରେ ସେ ସପ୍ତପଦୀ ସମ୍ପର୍କରେ ସୂଚନା ଦେବା ସହିତ କରୋନା ସହିତ ସଫଳ ଲଢ଼େଇ ଲାଗି ସାତମନ୍ତ୍ର ବତାଇଛନ୍ତି। ବରିଷ୍ଠ ବ୍ୟକ୍ତି ବିଶେଷଙ୍କ ଯତ୍ନ ନେବା ସହିତ ସେମାନଙ୍କ ପ୍ରତି ଅଧିକ ଧ୍ୟାନ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିପରି ସାମାଜିକ ଦୂରତା ଏବଂ ମାସ୍କ୍‌ ପିନ୍ଧିବା ଉପରେ ସେ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଉଷୁମ ପାଣି, ହର୍ବାଲ ଚା କାଢ଼ା ପିଇବା ପାଇଁ ପରାମର୍ଶ ଦିଆଯାଇଥିବାବେଳେ ପ୍ରଧାନମନ୍ତ୍ରୀ ଏଭଳି କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ ଲୋଡ୍‌ କରି ଅନ୍ୟମାନଙ୍କ ପାଖକୁ ପଠାଇବାକୁ ସେ କହିଛନ୍ତି। ଗରିବ ପରିବାରଙ୍କୁ ନିଜର ସାଧ୍ୟ ମୁତାବକ ସହାୟତା କରିବାକୁ ମୋଦି କହିଛନ୍ତି। ଘରୋଇ ଉଦ୍ୟୋଗରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ ନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ସେହିପରି ଡାକ୍ତର, ନର୍ସ, ପୋଲିସ ଏବଂ ସଫେଇ କର୍ମଚାରୀ ଆଦି କରୋନା ଯୋଦ୍ଧାକୁ ସମ୍ମାନ କରିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri