Posted inଜାତୀୟ

ମୋଦିଙ୍କଠାରୁ ପୁରସ୍କୃତ ହୋଇଥିବା ଫୁଟବଲ ଖେଳାଳି ଏବେ ଫୁଟ୍‌ପାଥରେ

ମୁମ୍ବାଇ,୨୮।୧୨: ମୁମ୍ବାଇର ୧୮ ବର୍ଷୀୟା ଫୁଟବଳ ଖେଳାଳି ମେରି ନାଇଡୁ ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ। ମାତ୍ର ୨ ବର୍ଷ ଭିତରେ ସେ ଏବେ ଅଲୋଡା ହୋଇଯାଇଛନ୍ତି। ମେରି ଏବେ ତାଙ୍କ ପରିବାର ସହ ଫୁଟ୍‌ପାଥରେ ଦିନ କାଟୁଥିବା କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ସେ ଏକ କଂକ୍ରିଟ ଘରେ ରହୁଥିବା ବେଳେ ମହାନଗର ପାଳିକା ପକ୍ଷରୁ ତାକୁ ଭାଙ୍ଗି ଦିଆଯାଇଥିଲା। ତା’ପରଠାରୁ ସେ ତାଙ୍କ ମାତାପିତା ଓ ୨ ଭଉଣୀଙ୍କ ସହ ମିଶି ଫୁଟ୍‌ପାଥରେ ରହୁଥିବା ପ୍ରକାଶ କରିଛନ୍ତି। ମୋଦିଙ୍କଠାରୁ ପୁରସ୍କୃତ ହେବା ପରେ ତାଙ୍କୁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ କଥା ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ତାଙ୍କୁ କୌଣସି ସହାୟତା ମିଳି ପାରି ନାହିଁ। ଫଳରେ ସେ ଅଧାରୁ ପାଠପଢା ଛାଡିଥିବା ବେଳେ ଖେଳିବାକୁ ମଧ୍ୟ ସେମତି କିଛି ପ୍ରୋତ୍ସାହନ ମିଳିପାରୁ ନାହିଁ। କିନ୍ତୁ ଭବିଷ୍ୟତରେ ସେ ଭାରତ ପକ୍ଷରୁ ଫୁଟବଲ ଖେଳିବେ ବୋଲି ଆଶା ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri