Posted inଖେଳ

ମୋଦିଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ,୨୭।୮:ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧୁ ଐତିହାସିକ ସ୍ବର୍ଣ୍ଣ ପଦକ ଜିତି ଘରକୁ ଫେରିଛନ୍ତି। ମଙ୍ଗଳବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ତାଙ୍କ ସହ କୋଚ ପୁଲେଇଲା ଗୋପୀଚାନ୍ଦ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ମୋଦି ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଥିଲେ। ରବିବାର ସିନ୍ଧୁ ଏହି ସଫଳତା ପାଇବା ପରେ ବିଦେଶରେ ଥାଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସିନ୍ଧୁଙ୍କ ପାଇଁ ଆମ ଦେଶ ଗର୍ବିତ। ତାଙ୍କ ସଫଳତା ଆଗାମୀ ପିଢି ପାଇଁ ପ୍ରେରଣା ଯୋଗାଇବ ବୋଲି ମୋଦି ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଥିଲେ। ସୂଚନାଯୋଗ୍ୟ, ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପର ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚରେ ୨୪ ବର୍ଷୀୟା ସିନ୍ଧୁ ଏକତରଫା ଭାବେ ୨୧-୭, ୨୧-୭ ସିଧାସଳଖ ଗେମରେ ଓକୁହରାଙ୍କୁ ପରାସ୍ତ କରିବାରେ ସମର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri