ମୋବାଇଲ ଚୋର ର଼୍ୟାକେଟ ଠାବ ୪ ନାବାଳକ ସମେତ ୭ ଗିରଫ

ରାଜକନିକା, ୩।୧୨ (ଡି.ଏନ୍‌.ଏ): ରାଜକନିକା ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ମୋବାଇଲ ଚୋର ର଼୍ୟାକେଟ ସକ୍ରିୟ ଥିବା ବେଳେ ସୋମବାର ରାଜକନିକା ପୋଲିସ ଏହି ର଼୍ୟାକେଟର ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋଜ ସାହୁ(୨୬), ସତ୍ୟଜିତ ଶତପଥୀ(୧୯), ଅନିଲ ଦାସ(୧୯) ଓ ଅନ୍ୟ ୪ ନାବାଳକ। ସେମାନଙ୍କଠାରୁ ନଗଦ ୫୦ ହଜାର ଟଙ୍କା ସହ ୧୨ଟି ମୋବାଇଲ ଫୋନ ଜବତ କରାଯାଇଥିବା ପୋଲିସ କହିଛି। ରାଜକନିକାର କଣ୍ଟପଡା ହାଟ, ଓଳାଭର, ଜୟନଗର, ଭାରିଗଦା, କଣ୍ଡିଆହାଟ ଅଞ୍ଚଳରୁ ଏମାନେ ମୋବାଇଲ ଚୋରି କରିଥିବା ଜଣାପଡିଛି। ରାଜକନିକା ଓ ଓଳାଭର ବଜାରର ମୋବାଇଲ ଦୋକାନରୁ କ୍ରମାଗତ ଭାବେ ମୋବାଇଲ ଚୋରି ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri