Posted inଖେଳ

ମୋର୍ଗାନଙ୍କ ଛକା ରେକର୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି ବଲର ସମ୍ମୁଖୀନ ହୋଇ ସେ ୧୪୮ ରନର ଶତକୀୟ ପାଳି ଖେଳି ଗୁଲବଦିନ ନାଇବଙ୍କ ବଲ୍‌ରେ ରହମତ ସାହାଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ଦିନିକିଆରେ ସର୍ବାଧିକ ଛକା ମାରିବାରେ ସେ ଭାରତୀୟ ଉପ-ଅଧିନାୟକ ରୋହିତ ଶର୍ମା, ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ ଓ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସଙ୍କୁ ପଛରେ ପକାଇଛନ୍ତି। ୨୦୧୩ରେ ରୋହିତ ଅଷ୍ଟ୍ରେଲିଆ ବିପକ୍ଷରେ ୧୬ଟି ଛକା ମାରିଥିଲେ। ସେହିପରି ଗେଲ୍‌ ୨୦୧୫ର ଜିମ୍ବାଓ୍ବେ ବିପକ୍ଷରେ ଓ ଡିଭିଲର୍ସ ୨୦୧୫ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୧୬ଟି ଛକା ମାରିଥିଲେ। ମୋର୍ଗାନଙ୍କ ଏହି ଧୂଆଁଧାର ଇନିଂସ ବଳରେ ଇଂଲଣ୍ଡ ଆଫଗାନିସ୍ତାନକୁ ୧୫୦ ରନରେ ପରାସ୍ତ କରିଛି। ମୋର୍ଗାନଙ୍କ ପାଇଁ ଏହା କ୍ୟାରିୟରର ଶ୍ରେଷ୍ଠ ଶତକ ତଥା ଇନିଂସ ସାବ୍ୟସ୍ତ ହୋଇଛି। ଏଥି ସହିତ ବିଶ୍ୱକପ୍‌ ଇତିହାସରେ ସେ ଚତୁର୍ଥ ଦ୍ରୁତତମ ଶତକ ଅର୍ଜନ କରିଛନ୍ତି। ସେ କ୍ୟାରିୟରର ୧୩ତମ ଦିନିକିଆ ଶତକ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri