ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ ଏସ୍‌ଟିଏଫ୍‌ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହା ସହ ୪ଦିନ ରିମାଣ୍ଡରେ ଆଣିବାକୁ ଆବେଦନ କରିଥିଲା। ପ୍ରଫୁଲ୍ଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସଡିଜେଏମ ଶନିବାର ସ୍ବୀକୃତି ପ୍ରଦାନ କରିଛନ୍ତି। ସୋମବାର ପ୍ରଫୁଲ୍ଲଙ୍କୁ ଏସଟିଏଫ ରିମାଣ୍ଡରେ ଆଣି ପଚରାଉଚରା କରିବ ବୋଲି ସୂଚନା ମିଳଛି। ସୂଚନା ମୁତାବକ, ଖୋର୍ଦ୍ଧା ଜିଲା ବେଆଇନ ଖଣି ଉତ୍ତୋଳନକୁ ନେଇ ତନାଘନା କରୁଛି ଏସ୍‌ଟିଏଫ୍‌। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ନାମରେ ଥିବା ପାହାଡ ଓ ଜମି ଅଞ୍ଚଳରୁ ବେଆଇନ ପଥର ଉତ୍ତୋଳନ ନେଇ ଏସଟିଏଫ ଗତ ଜୁଲାଇ ୧ରେ ଏକ ମାମଲା (ନଂ. ୭/୧୯)ରୁଜୁ କରି ତଦନ୍ତ ଚଳାଇଥିଲା। ଏହି ମାଲାରେ ସମ୍ପୃକ୍ତ ଥିବା ୧୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପ୍ରଫୁଲ୍ଲ ବାହାର ରାଜ୍ୟରୁ ପିସ୍ତଲ ଆଣି ପୁରୀ, କଟକ, ଭଦ୍ରକ ଓ ଭୁବନେଶ୍ୱରରେ ଯୋଗାଉଥିଲା। ପ୍ରଫୁଲ୍ଲ ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ଖୋର୍ଦ୍ଧା ଥାନାରେ ୫ଟି ମାମଲା ରହିଥିବାବେଳେ ସେ ଫେରାର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri