ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ ବି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, କତଡା ପଞ୍ଚାୟତରୁ ବଡମୂଳ ଗ୍ରାମକୁ ସଂଯୋଗ କରୁଥିବା ପ୍ରାୟ ୮କି.ମି.ର ମାଟିରାସ୍ତା ଦୀର୍ଘଦିନ ହେବ ଶୋଚନୀୟ ହୋଇପଡିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ବଡମୂଳ, ଡାହିମାଳ, ପିତାଚରୀ ଡାହିମାଳ, ବକଳା, କତଡା ଆଦି ଗ୍ରାମସହ ଅନ୍ୟ ପାର୍ଶ୍ୱବର୍ତ୍ତୀ ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅସରାଏ ବର୍ଷା ହେଲେ ଉକ୍ତ ରାସ୍ତାଟି କାଦୁଅରେ ଭର୍ତ୍ତି ହୋଇଯାଉଛି। ଗ୍ରାମକୁ ଗାଡିରେ ଯିବା ଆସିବା କରିବା ତ ଦୂରକଥା ଚାଲିକି ଯିବା ମଧ୍ୟ ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡୁଛି। ମୁଖ୍ୟମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଏହି ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟି ଅଧ୍ୟକ୍ଷ ରବିନାରାୟଣ ବହିଦାର ଓ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ କୁମାର ସାମଲଙ୍କ ଗସ୍ତବେଳେ ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ବଡମୂଳ ଗାଁ ସଭାପତି ଶରତଚନ୍ଦ୍ର ସାହୁ, ସମ୍ପାଦକ ପ୍ରଦୀପ କୁମାର ଦେହୁରୀ, ଦେବରାଜ ସାହୁ, ନିଶାମଣି ସାହୁ, ଦୁଷ୍ମନ୍ତ ସାହୁ ପ୍ରମୁଖ ଦାବି କରିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଛେଣ୍ଡିପଦା ବିଡିଓ କହିଛନ୍ତି, ଉକ୍ତ ରାସ୍ତା ଜରପଡା ବନାଞ୍ଚଳ ସଂରକ୍ଷିତ ଜଙ୍ଗଲ ଅଧୀନରେ ଯାଉଛି। ତେଣୁ ରାସ୍ତା ନିର୍ମାଣ ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ଅନୁମତି ନିମନ୍ତେ ସରକାରୀ ନିୟମାନୁଯାୟୀ ପଦକ୍ଷେପ ନିଆଯାଇଛି। ଛେଣ୍ଡିପଦା ପଞ୍ଚାୟତ ସମିତି ଅଧୀନରେ ଥିବା ରାସ୍ତା ନିର୍ମାଣ ସହ ସମସ୍ତ ମୌଳିକ ସୁବିଧା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri