Posted inଖେଳ

ମୌସୁମୀ ପରେ କ୍ରିକେଟ ସମ୍ଭବ: ଜୋହରି

ନୂଆଦିଲ୍ଲୀ,୨୧।୫(ପି.ଟି.): ମୌସୁମୀ ଋତୁ ପରେ କ୍ରିକେଟ ନେଇ କାର୍ଯ୍ୟକଳାପ ଆରମ୍ଭ ହୋଇପାରିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟନିର୍ବାହୀ ରାହୁଲ ଜୋହରି କହିଛନ୍ତି। ଏହା ହୋଇପାରିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ବାଟ ଫିଟିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଖେଳଳିଙ୍କ ନିରାପତ୍ତା ଓ ସ୍ବାସ୍ଥ୍ୟକୁ ପ୍ରଥମିକତା ଦେବା ଉପରେ ସେ ତାଙ୍କ କଥାକୁ ଦୋହରାଇଛନ୍ତି। କୋଭିଡ-୧୯ ମହମାରୀରୁ ରକ୍ଷା ପାଇବା ପାଇଁ କ’ଣ କରିବାକୁ ହେବ ତାହା ବ୍ୟକ୍ତିଗତ ଭାବେ ଖେଳାଳିମାନଙ୍କ ଉପରେ ଛାଡି ଦିଆଯିବା ଉଚିତ। ନିଜର ସୁରକ୍ଷା ପାଇଁ କ’ଣ କରିବାକୁ ହେବ ସେ ନେଇ ସମସ୍ତଙ୍କର ଅଧିକାର ରହିଛି ବୋଲି ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଜୋହରି କହିଛନ୍ତି। ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀକୁ ଆମେ ସମସ୍ତେ ଅନୁସରଣ କରିବା ଉଚିତ୍‌। ତେବେ ମୌସମୀ ପରେ କ୍ରିକେଟ ବ୍ୟବହାରିକ ଭାବେ ଆରମ୍ଭ ହୋଇପାରିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଜୁନ୍‌ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଭାରତରେ ମୌସୁମୀର ପ୍ରଭାବ ରହିବ। ଯଦି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚାଇ ଦିଆଯାଏ ତା’ହେଲେ ଅକ୍ଟୋବର- ନଭେମ୍ବରରେ ଆଇପିଏଲ ଆୟୋଜନ ହେବା ନେଇ ଆକଳନ କରାଯାଉଛି। ପରିସ୍ଥିତି ସ୍ବାଭାବିକ ହେବ ବୋଲି ଆଶା କରାଯାଉଛି। ସ୍ଥିତି ନିୟନ୍ତ୍ରଣକୁ ଆସିଲେ ସେହି ଅନୁଯାୟୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ମହାମାରୀ କାରଣରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ଉପରେ କଟକଣା ଲାଗୁ ହୋଇଥିବାରୁ ବିଦେଶୀ ଖେଳାଳି ଆସିବା ସମ୍ଭବ ହେବନି ବୋଲି କୁହାଯାଉଛି। ତେବେ କେବଳ ଭାରତୀୟ ଖେଳାଳିଙ୍କୁ ନେଇ ଆଇପିଏଲ ଖେଳାଯିବା ଯୋଜନାକୁ ସେ ନାପସନ୍ଦ କରିଛନ୍ତି। ତାରକା ବିଦେଶୀ ଖେଳାଳିମାନେ ସାମିଲ ହେଲେ ଆଇପିଏଲ ତା’ର ଚମକ ବଜାୟ ରଖିବାରେ ସଫଳ ହେବ। ତେବେ ସମୟକ୍ରମେ ଧୀରେ ଧୀରେ ସବୁ ସମ୍ଭବ। ସରକାରଙ୍କ ନୂଆ ନିର୍ଦ୍ଦେଶନାମାକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ଖେଳାଳିମାନଙ୍କର ୧୪ ଦିନିଆ କ୍ୱାରେଣ୍ଟାଇନ୍‌ ନେଇ ମଧ୍ୟ ଏବେ ଚର୍ଚ୍ଚା ହେଉଛି। ଏହାକୁ ବାଦ୍‌ ଦେଲେ କ୍ରିକେଟ ଆରମ୍ଭ କରିବାକୁ ହେଲେ ଆଗକୁ ବହୁତ କିଛି ଚ୍ୟାେଞ୍ଜେ ରହିଛି। ଅକ୍ଟୋବରରୁ ମେ ପର୍ଯ୍ୟନ୍ତ ଭାରତର ଆଗାମୀ ଲମ୍ବା ଘରୋଇ ସିଜନରେ ୨,୦୦୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯିବା ନେଇ ବହୁତ ଚ୍ୟାଲେଞ୍ଜ୍‌ ରହିଛି ବୋଲି ଜୋହରି ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri