Posted inଖେଳ

ମ୍ୟାଚ ବାତିଲ:ଦକ୍ଷିଣ ଆଫ୍ରିକାକୁ ପ୍ରଥମ ପଏଣ୍ଟ

ସାଉଥାମ୍ପଟନ, ୧୧ା୬ (ପି.ଟି.)-ସୋମବାର ଏଠାରେ ଦକ୍ଷିଣ ଆଫ୍ରିକା ବନାମ ଓ୍ବେଷ୍ଟଇଣ୍ଡିଜ ବିଶ୍ୱକପ୍‌ ମ୍ୟାଚ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଖେଳ ସ୍ଥଗିତ ରଖାଯିବା ବେଳକୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୮ ଓଭରରେ ୨ ଉଇକେଟ ବିନିମୟରେ ୨୯ ରନ କରିଥିଲା। ଓ୍ବେଷ୍ଟଇଣ୍ଡିଜର ଶେଲ୍‌ଡନ କୋଟ୍ରେଲ ହାଶିମ୍‌ ଅମ୍‌ଲା ଏବଂ ଏଡେନ୍‌ ମାରକ୍ରାମ୍‌ଙ୍କୁ ଆଉଟ କରି ପ୍ୟାଭିଲିୟନ ପଠାଇ ଦେଇଥିଲେ। କ୍ୱିଣ୍ଟନ ଡି’ କକ୍‌ ୧୭ ରନ ଏବଂ ଫାଫ୍‌ ଡୁପ୍ଲେସି ବିନା କୌଣସି ରନରେ ଅପରାଜିତ ରହିଥିଲେ। ଆଉ ଖେଳ ସମ୍ଭବ ନ ହେବାରୁ ଉଭୟ ଦଳ ପଏଣ୍ଟ ବଣ୍ଟୁଆରା କରିଛନ୍ତି। ଇଂଲଣ୍ଡ, ବାଂଲାଦେଶ ଓ ଭାରତଠାରୁ ପଛକୁ ପଛ ପରାଜୟବରଣ ପରେ ଦକ୍ଷିଣ ଆଫ୍ରିକା ଟୁର୍ନାମେଣ୍ଟରେ ପ୍ରଥମ ପଏଣ୍ଟ ଅର୍ଜନ କରିଛି। ଅନ୍ୟପକ୍ଷରେ ଓ୍ବେଷ୍ଟଇଣ୍ଡିଜର ପଏଣ୍ଟ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଏହି ଦଳ ପାକିସ୍ତାନ ବିପକ୍ଷରେ ବିଜୟ ହାସଲ କରିଥିବାବେଳେ ଅଷ୍ଟ୍ରେଲିଆ ନିକଟରୁ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ

ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ...

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ...

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri