‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ

ମୁମ୍ବାଇ,୧୦।୩: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି ଭାବନ୍ତି। ଏଥର ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କୁ ଦେଖିବାକୁ ମିଳିବ। ଏହାର ଟିଜର ଆସିବା ପରେ ଏବେ ତାଙ୍କ ଲୁକ୍ସକୁ ଦର୍ଶକେ ବେଶ୍‌ ପସନ୍ଦ କରୁଥିବା ଜଣାପଡିଛି। ଏଥିରେ ଥାଲାଇବା ବିୟର ଗ୍ରିଲ୍‌ସଙ୍କ ସହ ଜଙ୍ଗଲରେ ଭୟଶୂନ୍ୟ ହୋଇ ବୁଲିବା ସହ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳିଛି। ରଜନୀକାନ୍ତଙ୍କ ଦମଦାର ସ୍ପିରିଟକୁ ଦେଖି ବିୟର ଗ୍ରିଲସ ତାଙ୍କୁ ସୁପରହିରୋ ମଧ୍ୟ କହୁଥିବା ଜଣାପଡିଛି। ଏଥର ବି ତାଙ୍କ ଚଷମା ପିନ୍ଧିବାର ଷ୍ଟାଇଲ ଭାଇରାଲ ହେବାରେ ଲାଗିଛି। ବିୟର ଗ୍ରିଲସ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ର ଟିଜର ଶେୟାର କରିବା ସହ ଲେଖିଛନ୍ତି, ରଜନୀକାନ୍ତଙ୍କ ସକରାତ୍ମକ ଚିନ୍ତାଧାରା, ଦୃଢମନୋବଳ ଓ କେବେ ନ ହାରିବାର ମନୋବଳ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବ। ସେ ଯେ କୌଣସି ଚ୍ୟାଲେଞ୍ଜକୁ ଗ୍ରହଣ କରିଛନ୍ତି ବୋଲି ବିୟର କହିଛନ୍ତି। ୨୩ ମାର୍ଚ୍ଚ ୨୦୨୦, ରାତି ୮ଟାରେ ଡିସକଭରି ଚ୍ୟାନେଲରେ ଏହା ପ୍ରସାରଣ କରାଯିବ ବୋଲି ବିୟର ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri