ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୩୦।୧: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ ପ୍ରଥମେ ଶୁଣିବାକୁ ମିଳିଥିଲା କି ଶୁଟିଂ ସମୟରେ ରଜନୀକାନ୍ତ ଆହତ ହୋଇଥିଲେ। ଅବଶ୍ୟ ଏହାକୁ ନେଇ ବିୟର ସ୍ପଷ୍ଟିକରଣ ଦେଇଥିଲେ। ଏବେ କିନ୍ତୁ ରଜନୀକାନ୍ତଙ୍କ ଏହି ଶୁଟିଂକୁ ବିରୋଧ କରି ତାଙ୍କୁ ଗିରଫ କରିବାକୁ ଦାବି କରାଯାଇଛି। ଏହି ଶୁଟିଂ ବାନ୍ଦିପୁର ଟାଇଗର ରିଜର୍ଭ ପାର୍କରେ କରାଯାଇଥିଲା। ଏହାଦ୍ୱାରା ସେଠାରେ ଥିବା ବନ୍ୟଜନ୍ତୁଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହେବ ବୋଲି ସାଧାରଣ ଲୋକେ ଅଭିଯୋଗ କରିଛନ୍ତି। ଏହାସହ ଶୁଟିଂ ସମୟରେ ଯେଉଁ କ୍ରିୟୁ ମେମ୍ବରର୍ସ ସେଠାରେ ଉପସ୍ଥିତ ଥିଲେ ତା’ଦ୍ୱାରା ବନ୍ୟଜନ୍ତୁ ତ ଭୟ କରିବେ ଏହାସହ ଜଙ୍ଗଲରେ ଯଦି କୌଣସି କାରଣରୁ ନିଆଁ ଲାଗିଯାଏ ତେବେ ଏହାକୁ ଆୟତ୍ତ କରିବା ମୁସ୍କିଲ ହେବ ବୋଲି କୁହାଯାଇଛି। ଏହି ଅଭିଯୋଗରେ ରଜନୀକାନ୍ତଙ୍କୁ ଗିରଫ କରିବାକୁ ଦାବି କରାଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଦ୍ୱିତୀୟ ବ୍ୟକ୍ତି ଭାବେ ରଜନୀକାନ୍ତ ମ୍ୟାନ ଭର୍ସେସ ଓ୍ବାଲ୍ଡର ଶୁଟିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri