ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶିବିରରୁ ବାହାରୁଥିବା ବର୍ଯ୍ୟବସ୍ତୁ ଏକାଠି ରଖିବା ପାଇଁ ପୌର ପ୍ରଶାସନ ପକ୍ଷରୁ ସେଠାରେ ବ୍ୟବସ୍ଥା କରାଯାଇଥିବାବେଳେ ବଳକା ଅବଢାକୁ ଫିଙ୍ଗି ଦିଆଯାଉଥିବା ଦେଖିବାକୁ ମିଳିଛି। ଏନେଇ ଶ୍ରୀଜଗନ୍ନାଥପ୍ରେମୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶିବିର ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ଜିଲା ପ୍ରଶାସନ ଆନୁକୂଲ୍ୟରେ ନରେନ୍ଦ୍ରକୋଣ, ପୌର କଲ୍ୟାଣମଣ୍ଡପ ଏବଂ ରେଲୱେ ପର୍ଯ୍ୟଟନ ପରିସରରେ ତିଆରି ହୋଇଛି ହବିଷିଆଳି ଶିବିର। ଅପରାହ୍ନରେ ହବିଷିଆଳିଙ୍କ ଲାଗି ମହାପ୍ରସାଦର ବ୍ୟବସ୍ଥା କରାଯାଇଛି। ସନ୍ଧ୍ୟା ୫ଟା ପରେ ହବିଷିଆଳିମାନେ ମହାପ୍ରସାଦନ ସେବନ କରିଥାନ୍ତି। ତେବେ ବଳକା ରହିଯାଉଥିବା ଅବଢା ଡାଲମା ଏବଂ ବେସର ଆଦିକୁ ଆବର୍ଜନାସ୍ଥଳରେ ପକାଇ ଦିଆଯାଉଛି। ଖାଦ୍ୟ ଲାଲସାରେ ଏଥିରେ କୁକୁର ପସି ଏଣେତେଣେ ପକାଉଛନ୍ତି। ଶିବିର ଦାୟିତ୍ୱରେ ରହିଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ କୁହନ୍ତି, ଏ ସମ୍ପର୍କରେ ମୋ ପାଖରେ ଖବର ନାହିଁ। ମୁଁ ରାତି ୧୦ଟା ଠାରୁ ସକାଳ ୬ଟା ପର୍ଯ୍ୟନ୍ତ ଡ୍ୟୁଟି କରୁଛି। ମହାପ୍ରସାଦ ପୌର ପ୍ରଶାସନ ଆବର୍ଜନାସ୍ଥଳରେ ପକାଯିବା ନିହାତି ଭାବେ ନିନ୍ଦନୀୟ। ଏହାର ଯେପରି ପୁନରାବୃତ୍ତି ନ ଘଟିବା ସେଥିପ୍ରତି ଦୃଷ୍ଟି ଦିଆଯିବ। ଏନେଇ ଐତିହ୍ୟ ବିଶାରଦ ସୁରେନ୍ଦ୍ର କୁମାର ମିଶ୍ର କୁହନ୍ତି, ମହାପ୍ରଭ ଶ୍ରୀଜଗନ୍ନାଥଙ୍କ ଉପାସନ ସହିତ ଜଡିତ ମହାପ୍ରସାଦ। ସେଥିଲାଗି ଶ୍ରୀଜଗନ୍ନାଥଙ୍କୁ ଦାରୁବ୍ରହ୍ମ କୁହାଯାଉଥିବା ବେଳେ ମହାପ୍ରସାଦଙ୍କୁ ଅନ୍ନବ୍ରହ୍ମ ବୋଲି କୁହାଯାଏ। ମହାପ୍ରସାଦର ଅବମାନନା ଅର୍ଥ ମହାପ୍ରଭୁଙ୍କ ଅବମାନନା କରିବା ସହିତ ସମାନ। ମହାପ୍ରସାଦକୁ ଅବମାନନା କରିବା ଏକ ଅକ୍ଷମଣୀୟ ଅପରାଧ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri