ବ୍ରହ୍ମପୁର ଅଫିସ,୮ା୧୧-ସଦର ଥାନା ଅନ୍ତର୍ଗତ ଫୁଲଟା ଗ୍ରାମର ମୟ ଓରଫ ମହେଶ୍ୱର ସାସମାଲ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସାହୁଙ୍କ ସମେତ ୧୮ ଅଭିଯୁକ୍ତଙ୍କୁ ଜୁନ ୧୯ରେ ଗଞ୍ଜାମ ଜିଲା ଅତିରିକ୍ତ ଜଜ (ଏଡିଜେ)-୧ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରେ ଅଭିଯୁକ୍ତମାନଙ୍କ ପକ୍ଷରୁ ଆଇନଜୀବୀ ଶିଶିର ପାଢ଼ୀ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ଏହାର ଶୁଣାଣି କରି ହାଇକୋର୍ଟ ସମସ୍ତ ୧୮ ଅଭିଯୁକ୍ତଙ୍କୁ ଜାମିନ ଦେବା ପାଇଁ ପୂର୍ବରୁ ଉକ୍ତ ଅଭିଯୁକ୍ତମାନଙ୍କୁ ଦଣ୍ଡିତ କରିଥିବା ଏଡିଜେ-୧ କୋର୍ଟକୁ ନିର୍ଦ୍ଦେଶ କରିଥିଲା। ସେ ଅନୁଯାୟୀ ମୁଦାଲାଙ୍କ ପକ୍ଷରୁ ମକଦ୍ଦମା ଲଢ଼ୁଥିବା ଆଇନଜୀବୀ ଶିଶିର ପାଢ଼ୀ ଉକ୍ତ କୋର୍ଟରେ ହାଇକୋର୍ଟ ଅର୍ଡର ଦାଖଲ କରିଥିଲେ। ଏଡିଜେ-୧ ପ୍ରସନ୍ନ ପଣ୍ଡା ଉକ୍ତ ମାମଲାର ୧୮ ଅଭିଯୁକ୍ତଙ୍କୁ ପ୍ରତ୍ୟେକେ ୩୦ ହଜାର ଟଙ୍କାର ବଣ୍ଡ ଓ ୨ ଜଣ ଜାମିନଦାର ଦେଇ ଜାମିନରେ ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ଅଭିଯୁକ୍ତଙ୍କ ପକ୍ଷରୁ ଏହା ପ୍ରଦାନ କରାଯାଇଥିବା ବେଳେ ସନ୍ଧ୍ୟାରେ ସେମାନେ ମଣ୍ଡଳ କାରାଗାରରୁ ମୁକୁଳିଥିବା ତାଙ୍କ ଓକିଲ ପାଢ଼ୀ ସୂଚନା ଦେଇଛନ୍ତି।
ପ୍ରକାଶଯେ, ୨୦୦୭ ମେ ୧୨ରେ ଫୁଲଟା ଗ୍ରାମର ମହେଶ୍ୱରଙ୍କୁ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିଲା। ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ଏନେଇ ସଦର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୭୩/୦୭ରେ ଲାଞ୍ଜିପଲ୍ଲୀର ସନ୍ତୋଷ ସାହୁଙ୍କ ସମେତ ତାଙ୍କ ୧୮ ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେମାନେ ଜାମିନରେ ଛାଡ ପାଇଥିଲେ।
ଘଟଣାର ୧୨ ବର୍ଷ ପରେ ଏଡିଜେ-୧ ସଞ୍ଜୟ କୁମାର ସାହୁଙ୍କ କୋର୍ଟରେ ଜୁନ ୧୯ରେ ଉକ୍ତ ମାମଲାର ଶୁଣାଣି ହୋଇଥିଲା। ପ୍ରମାଣ ମିଳିବାରୁ ଏଡିଜେ ବିଚାରପତି ସମ୍ପୃକ୍ତ ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ମୃତ ମହେଶ୍ୱରଙ୍କ ସ୍ତ୍ରୀ ଲକ୍ଷ୍ମୀଙ୍କୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଅର୍ଥ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର
ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
Archives

