ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର ରକ୍ଷଣାବେକ୍ଷଣ ତଥା ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ଏଥିପାଇଁ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ବିଭିନ୍ନ ସଙ୍ଗଠନ ଏହି ଦାବି ନେଇ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଲିଖିତ ଭାବେ ଅବଗତ କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ଜିଲାରେ ନ ରହି ଭୁବନେଶ୍ୱରେ ରହିଛି। ଫଳରେ ଜିଲାର ଆବଶ୍ୟକତା ଓ ବାସ୍ତବତା କେହି ବୁଝି ପାରୁନାହାନ୍ତି। ପର୍ଯ୍ୟଟନ ଅଧିକାରୀ ଭୁବନେଶ୍ୱରରେ ରହି ମୟୂରଭଞ୍ଜ ଜିଲା ପାଇଁ କାମ କରୁଛନ୍ତି। କେଉଁ କାରଣରୁ ରାଜ୍ୟ ପର୍ଯ୍ୟଟନ ବିଭାଗ ଏପରି ପଦକ୍ଷେପ ନେଇଛନ୍ତି ତାହା ବୁଝାପଡୁ ନାହିଁ। ଅନ୍ୟପକ୍ଷେ ଜିଲାରେ କୌଣସି ଶିଳ୍ପ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବେକାର ରହିଛନ୍ତି। ଏପରି ସ୍ଥିତିରେ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ଥିବାରୁ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେବାକୁ ବିଭିନ୍ନ ସଙ୍ଗଠନ ଦାବି କରି ଆସୁଛନ୍ତି। କାରଣ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ହେଲେ ଜିଲାର ବେକାର ଯୁବତୀଯୁବକମାନେ ନିଯୁକ୍ତି ପାଇପାରିବେ। ସବୁଠୁ ବଡ କଥା ହେଉଛି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚାର କରାଯାଉଥିବା ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଜିଲାର କୌଣସି ପର୍ଯ୍ୟଟନସ୍ଥଳୀ ସ୍ଥାନ ପାଇନାହିଁ। ଶିମିଳିପାଳ ଅଭୟାରଣ୍ୟକୁ ବିଭିନ୍ନ ରାଜ୍ୟ ସମେତ ବିଦେଶୀ ପର୍ଯ୍ୟଟକମାନେ ପ୍ରତିବର୍ଷ ଆସୁଛନ୍ତି। ଏନେଇ ସରକାରୀ ରେକର୍ଡ ମଧ୍ୟ ରହୁଛି। ଏହି ଜିଲାର ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇ ପଦକ୍ଷେପ ନେଲେ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ମୟୂରଭଞ୍ଜ ଜିଲାର ସ୍ଥାନ ସ୍ବତନ୍ତ୍ର ହୋଇ ପାରିବ। ବେକାର ଯୁବତୀଯୁବକମାନେ ଏହି କ୍ଷେତ୍ରରେ ସହଜରେ ନିଯୁକ୍ତି ପାଇବେ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

– ରବି ନାରାୟଣ ଚଲାନ


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri