ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର ରକ୍ଷଣାବେକ୍ଷଣ ତଥା ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ଏଥିପାଇଁ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ବିଭିନ୍ନ ସଙ୍ଗଠନ ଏହି ଦାବି ନେଇ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଲିଖିତ ଭାବେ ଅବଗତ କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ଜିଲାରେ ନ ରହି ଭୁବନେଶ୍ୱରେ ରହିଛି। ଫଳରେ ଜିଲାର ଆବଶ୍ୟକତା ଓ ବାସ୍ତବତା କେହି ବୁଝି ପାରୁନାହାନ୍ତି। ପର୍ଯ୍ୟଟନ ଅଧିକାରୀ ଭୁବନେଶ୍ୱରରେ ରହି ମୟୂରଭଞ୍ଜ ଜିଲା ପାଇଁ କାମ କରୁଛନ୍ତି। କେଉଁ କାରଣରୁ ରାଜ୍ୟ ପର୍ଯ୍ୟଟନ ବିଭାଗ ଏପରି ପଦକ୍ଷେପ ନେଇଛନ୍ତି ତାହା ବୁଝାପଡୁ ନାହିଁ। ଅନ୍ୟପକ୍ଷେ ଜିଲାରେ କୌଣସି ଶିଳ୍ପ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବେକାର ରହିଛନ୍ତି। ଏପରି ସ୍ଥିତିରେ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ଥିବାରୁ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେବାକୁ ବିଭିନ୍ନ ସଙ୍ଗଠନ ଦାବି କରି ଆସୁଛନ୍ତି। କାରଣ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ହେଲେ ଜିଲାର ବେକାର ଯୁବତୀଯୁବକମାନେ ନିଯୁକ୍ତି ପାଇପାରିବେ। ସବୁଠୁ ବଡ କଥା ହେଉଛି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚାର କରାଯାଉଥିବା ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଜିଲାର କୌଣସି ପର୍ଯ୍ୟଟନସ୍ଥଳୀ ସ୍ଥାନ ପାଇନାହିଁ। ଶିମିଳିପାଳ ଅଭୟାରଣ୍ୟକୁ ବିଭିନ୍ନ ରାଜ୍ୟ ସମେତ ବିଦେଶୀ ପର୍ଯ୍ୟଟକମାନେ ପ୍ରତିବର୍ଷ ଆସୁଛନ୍ତି। ଏନେଇ ସରକାରୀ ରେକର୍ଡ ମଧ୍ୟ ରହୁଛି। ଏହି ଜିଲାର ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଇ ପଦକ୍ଷେପ ନେଲେ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ମୟୂରଭଞ୍ଜ ଜିଲାର ସ୍ଥାନ ସ୍ବତନ୍ତ୍ର ହୋଇ ପାରିବ। ବେକାର ଯୁବତୀଯୁବକମାନେ ଏହି କ୍ଷେତ୍ରରେ ସହଜରେ ନିଯୁକ୍ତି ପାଇବେ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

– ରବି ନାରାୟଣ ଚଲାନ


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri