ମୟୂରଭଞ୍ଜ: ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ, ୧୬ା୩- ବିଶ୍ୱ ବ୍ୟାପୀ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଦେଶରୁ ଗ୍ରାମକୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖିବାକୁ କୁହାଯାଇଛି। ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ଼ମେମ୍ବର ପ୍ରମୁଖ ଲୋକ ପ୍ରତିନିଧିମାନେ ବ୍ଲକର ବିଡ଼ିଓମାନଙ୍କୁ ସୂଚନା ପ୍ରଦାନ କରିବେ। ପରେ ବିଡ଼ିଓ ଉକ୍ତ ତଥ୍ୟ ଜିଲା ପ୍ରଶାସନକୁ ଜଣାଇବେ। ଏଥି ସହ ଜିଲାର ସମସ୍ତ ଶପିଂ ମଲ୍‌, ହେବାକୁ ଥିବା ବାଣିଜ୍ୟ ମେଳା, ପ୍ରଦର୍ଶନୀ, ଯାତ୍ରା, ଅପେରା ପରିବେଷଣ ବନ୍ଦ ରଖିବାକୁ କୁହାଯାଇଛି। ଏଥିସହ ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ, କୋଚିଂସେଣ୍ଟର ବନ୍ଦ କରିବା ସକାଶେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଜିଲାପାଳ ବିନୀତ ଭରଦ୍ୱାଜ ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇ କହିଛନ୍ତି, ମହାମାରୀ କରୋନା ପାଇଁ ସଚେତନତା ସୃଷ୍ଟି ସକାଶେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ହାତକୁ ନିଆଯାଇଛି। ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ ସମେତ ଜିଲାର ସମସ୍ତ ମେଡ଼ିକାଲରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ୱାର୍ଡ଼ ଖୋଲା ଯାଇଛି। କେହି ସନ୍ଦିଗ୍ଧ ରୋଗୀ ଆସିଲେ ସେମାନଙ୍କୁ ଧାଡ଼ିରେ ଠିଆ ନ କରି ସ୍ବତନ୍ତ୍ର ଓ୍ବାର୍ଡକୁ ପଠାଯିବ। ସନ୍ଦିଗ୍ଧ ରୋଗୀଙ୍କ ବିଷୟରେ ସୂଚନା ସଂଗ୍ରହ କରାଯାଇ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଭୁବନେଶ୍ୱରକୁ ପଠାଯିବା। ରିପୋର୍ଟ ଆସିଲା ପରେ ଯାହା ଜଣାପଡ଼ିବ ସେହି ଅନୁଯାୟୀ ବ୍ୟବସ୍ଥା ଗ୍ରହଣ କରାଯିବ। ସୋସିଆଲ୍‌ ମିଡ଼ିଆରେ ଯଦି କେହି କରୋନାକୁ ନେଇ ଗୁଜବ ସୃଷ୍ଟି କରନ୍ତି ଏହା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଜଗଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯିବା ସହ କେବଳ ଛୋଟ ଛୋଟ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି। ଖବରଦାତା ସମ୍ମିଳନୀରେ ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ କୁମାର ପତି, ଆଇଏଏସ୍‌ ପ୍ରୋବେଶନର ଭୁବନେଶ ଦେବୀଦାସ ପାଟିଲ ଓ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। କରୋନା ମୁକାବିଲା ପାଇଁ ଜିଲା ଜରୁରୀକାଳୀନ କାର୍ଯ୍ୟାଳୟ ପକ୍ଷରୁ ୨୪ ଘଣ୍ଟିିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇ ଯୋଗାଯୋଗ ସକାଶେ ଫୋନ୍‌ ନମ୍ବର (୦୬୭୯୨) ୨୫୨୯୪୧ ଜାରି କରାଯାଇଛି। ଜିଲାର ଯେ କୌଣସି ବ୍ୟକ୍ତି କରୋନା ସମ୍ପର୍କିତ ତଥ୍ୟ ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଟୋଲ ଫ୍ରି ନମ୍ବର (୦୬୭୯୨) ୧୦୭୭କୁ ଜଣାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri