ମୟୂରଭଞ୍ଜ ସରକାରୀ ଠିକାଦାର ସଂଘର ବିକ୍ଷୋଭ

ବାରିପଦା ଅଫିସ,୨ା୧୧- ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆହ୍ବାନ କ୍ରମେ ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ଶୁକ୍ରବାର ବାରିପଦାସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରାଯାଇଛି। ୨୦୧୪ରେ ସ୍ଥିରିକୃତ ସିଡ଼୍ୟୁଲ ରେଟକୁ ୨୦୧୯ରେ ବର୍ଦ୍ଧିତ ମୂଲ୍ୟ ଭିତ୍ତିରେ ପୁନଃ ଆକଳନ କରାଯିବା, ଭାରତ ସରକାରଙ୍କ ଷ୍ଟାଣ୍ଡାର୍ଡ଼ ଡ଼ାଟା ବୁକର ତୁରନ୍ତ ପ୍ରଚଳନ କରାଯିବା, ଭାରତ ସରକାରଙ୍କ ଟେଣ୍ଡର ନିୟମାବଳୀକୁ ତୁରନ୍ତ କାର୍ଯ୍ୟକାରୀ କରାଯିବା, ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟରେ ପ୍ରଚଳିତ ୧୪.୯୯ ଲେସ ପ୍ରଥା ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବା, ଉଚ୍ଚ ନ୍ୟାୟାଳୟ ଦ୍ୱାରା ବର୍ଦ୍ଧିତ ମୂଲ୍ୟ ସମ୍ପର୍କିତ ନିର୍ଦ୍ଦେଶନାମା ଅନୁସାରେ ଠିକାଦାରମାନଙ୍କୁ ପ୍ରାପ୍ୟ ପ୍ରଦାନ କରାଯିବା, ଆଦି ୧୦ ଦଫା ଦାବି ପୂରଣ ନିମନ୍ତେ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଥିଲେ ା ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ବାରିପଦାର ଆବାହକ ଶିବ ପ୍ରସାଦ ମହାକୁଡ଼ଙ୍କ ଆବାହକତ୍ୱରେ ସଂଘର ଗଣମାଧ୍ୟମ ସଂଯୋଜକ ସତ୍ୟରଞ୍ଜନ ପଟ୍ଟନାୟକ, ସଭାପତି ପରେଶଚନ୍ଦ୍ର ମହାନ୍ତ, ସମ୍ପାଦକ ସନ୍ତୋଷ ଖଣ୍ଡେଲୱାଲ, ଉପସଭାପତି ତରୁଣ କୁମାର ମହାନ୍ତି, ବିନୋଦ ବେହେରା, ପ୍ରଦୀପ ପାତ୍ର, ସଞ୍ଜୟ ଅଗ୍ରୱାଲ, ବିଭାସ ବେହେରା, ଅଶୋକ ବେହେରା, ପୂର୍ଣ୍ଣଚନ୍ଦ୍ର ବାରିକ, ନାନ୍ଦଲାଲ ମିଶ୍ର, ଅମୂଲ୍ୟ କୁମାର ବେହେରା, ନନ୍ଦ କିଶୋର ବିନ୍ଧାଣି, ସନ୍ଦିପ ପତି, ତ୍ରିଲୋଚନ ଗିରି, ପ୍ରିୟବ୍ରତ ଦାସ, ଅମର ପଟ୍ଟନାୟକ, ରବୀନ୍ଦ୍ର ପାଢ଼ୀ, ରିତ ସାହୁ, ସ୍ବରୂପ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, କୁମୁଦ ମିଶ୍ର, ସତ୍ୟେନ୍ଦୁ ପ୍ରସାଦ, ସୁଦାମ ଗିରି, ରାମେଶ୍ୱର ମିଶ୍ର, ସତ୍ୟବ୍ରତ ମହାନ୍ତି, ମନୋଜ ରାଉତ ଓ ସଜ୍ଜଲ ମୌଲିକ ପ୍ରମୁଖ ସଂଘର କର୍ମକର୍ତ୍ତାମାନେ ଏକତ୍ରିତ ହୋଇ ସେମାନଙ୍କ ଦାବି ପୂରଣ ନିମନ୍ତେ ବିଭିନ୍ନ ସ୍ଲୋଗାନମାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ା ଏହାପରେ ଠିକାଦାର ସଂଘ ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥି ସହିତ ସେମାନଙ୍କର ଦାବି ଅବିଳମ୍ବେ ପୂରଣ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଅଧିକ ତୀବ୍ର କରାଯିବା ସହିତ ସମସ୍ତ ସରକାରୀ ଠିକା କାର୍ଯ୍ୟକୁ ବନ୍ଦ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri