ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ ସହ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଯୋଜନା ଓ ମିଶନ ଶକ୍ତି ଯୋଜନାରେ ପରିଚାଳିତ ବାରିପଦା, ଶ୍ୟାମାଖୁଣ୍ଟା ବ୍ଲକ ଓ ବାରିପଦା ପୌରାଞ୍ଚଳରେ ଥିବା ଦେବେନ୍ଦ୍ରପୁରସ୍ଥିତ ଶିଶୁଯତ୍ନ କେନ୍ଦ୍ର, କାଳିକାପୁର ଠାକୁରାଣୀ ସାହି ଅଙ୍ଗନୱାଡି କେନ୍ଦ୍ର, ବାରିପଦା ପୌରାଞ୍ଚଳସ୍ଥିତ ୱାନ୍‌ଷ୍ଟପ କେନ୍ଦ୍ର ଏବଂ ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ବନ୍ଧସାହି, ଟିକରପଡା (ତଳସାହି) ଅଙ୍ଗନୱାଡି କେନ୍ଦ୍ର, ଗୁହାଳଡିହି ଅଙ୍ଗନୱାଡି କେନ୍ଦ୍ର ଏବଂ ମିଶନ ଶକ୍ତିଯୋଜନାରେ ପ୍ରସ୍ତୁତ ପୋଡାଅସ୍ତିଆ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଛତୁଆ (ଟିଏଚ୍‌ଆର୍‌) ଖାଦ୍ୟ ପ୍ରସ୍ତୁତି ପ୍ରକ୍ରିୟା କେନ୍ଦ୍ର ଏବଂ ଶ୍ୟାମାଖୁଣ୍ଟା ବ୍ଲକର ଗୁହାଳଡିହି ଏସ୍‌ଏଚ୍‌ଜି ଦ୍ୱାରା ସବାଇ ପ୍ରସ୍ତୁତ ସାମଗ୍ରୀ କେନ୍ଦ୍ର ଆଦି ପରିଦର୍ଶନ କରିଥିଲେ।
ଅପରାହ୍ନରେ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଯୋଜନା କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ। ସେ କହିଥିଲେ ଯେ, ମହିଳା ଓ ଶିଶୁମାନଙ୍କ କଲ୍ୟାଣ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ବିଶେଷ କରି ମିଶନ ଶକ୍ତି ଯୋଜନା କାର୍ଯ୍ୟକ୍ରମରେ ମହିଳାମାନଙ୍କ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପ୍ରତି ସ୍ବତନ୍ତ୍ର ଗୁରୁତ୍ୱ ଦେଇଛନ୍ତି। ମହିଳା ଏସ୍‌ଏଚ୍‌ଜି ସଦସ୍ୟଙ୍କ ସାମାଜିକ ଅର୍ଥନୈତିକ ବିକାଶ ପାଇଁ ବିଭିନ୍ନ ଆୟଭିତ୍ତିକ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଧ୍ୟାନ ଦେଇ ରିହାତି ଋଣ ସହାୟତା ଯୋଗାଇ ଦେଇଥିଲେ। ସେମାନଙ୍କ ଦ୍ୱାରା ଉପତ୍ାଦିତ ବିଭିନ୍ନ ଉପକରଣଗୁଡିକର ବିକ୍ରୟ ବ୍ୟବସ୍ଥା ପାଇଁ ମେଳା ଆୟୋଜନ କରାଯିବା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ତ୍ୱରାନିତ କରିବାକୁ ପରାମର୍ଶ ଦେଇଥିଲେ ା ଅନ୍ୟମାନଙ୍କ ମଧ୍ୟରେ ମୋରଡା ବିଧାୟକ ରାଜକିଶୋର ଦାସ ଓ ବାରିପଦା ବିଧାୟକ ପ୍ରକାଶ ସୋରେନ ପ୍ରମୁଖ ଯୋଗଦେଇ ସହରାଞ୍ଚଳରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିକ ସୁପରିଚାଳନା ଦିଗରେ ଦୃଷ୍ଟି ଦେବା ଏବଂ ମିଶନ ଶକ୍ତି ଯୋଜନାରେ ଯେଉଁ ଏସ୍‌ଏଚ୍‌ଜି ବିଭିନ୍ନ ଆୟଭିତ୍ତିକ କାର୍ଯ୍ୟକ୍ରମ ପାଇଁ ରିହାତି ଋଣ ସୁବିଧା ପାଇନାହାନ୍ତି, ସେମାନଙ୍କୁ ଋଣ ଯୋଗାଇବା ସହ ବିଭିନ୍ନ ଧନ୍ଦାମୂଳକ କାର୍ଯ୍ୟକ୍ରମରେ ଜ୍ଞାନ ଦକ୍ଷତା କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ଜ୍ଞାନ ଦକ୍ଷତା ବୃଦ୍ଧି କରିବା ପାଇଁ କହିଥିଲେ। ଜିଲାପାଳ ବିନୀତ୍‌ ଭରଦ୍ୱାଜ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ଯୋଜନା କାର୍ଯ୍ୟକ୍ରମରେ ବିଶେଷ ଧ୍ୟାନଦେଇ ଜିଲାରେ କାର୍ଯ୍ୟକ୍ରମ ତ୍ୱରାନ୍ନିତ କରାଯାଉଥିବା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିଡି ଡିଆରଡିଏ ଚଞ୍ଚଳ ରଣା, ଜିଲା ସମାଜ କଲ୍ୟାଣ ଅଧିକାରୀ ଅନୁସୂୟା ସାହୁ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ସେହିଭଳି ଡିପିସି, ମିଶନ ଶକ୍ତି, ଜିଲାର ସମସ୍ତ ବ୍ଲକର ସିଡିପିଓ, ମହିଳା ସୁପରଭାଇଜର ଓ ସମ୍ପୃକ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri