Posted inଜାତୀୟ

ଯମୁନା ଏକ୍ସପ୍ରେସ୍‌ଓ୍ବେ ପାଲଟିଛି ମରଣ ଯନ୍ତା: ୭ ବର୍ଷରେ ନେଲାଣି ୮ଶହରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀକୁ ଆଗ୍ରା ସହିତ ସଂଯୋଗ କରୁଥିବା ଯମୁନା ଏକ୍ସପ୍ରେସ୍‌୍‌ଓ୍ବେ ମରଣ ଯନ୍ତା ପାଲଟିଛି। ୧୬୫ କିମି ଦୀର୍ଘ ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ଗତ ୭ ବର୍ଷ ମଧ୍ୟରେ ୮୨୨ ଜଣଙ୍କ ମୃତ୍ୟୁ ଦୁର୍ଘଟଣା ଯୋଗୁ ହୋଇଥିବା ସୂଚନା ଅଧିକାର ରିପୋର୍ଟରୁ ଜଣାପଡ଼ିଛିି। ୨୦୧୯ ଜୁଲାଇ ସୁଦ୍ଧା ଏଠାରେ ୧୪୫ ଜଣଙ୍କ ମୃତ୍ୟୁ ଦୁର୍ଘଟଣା ଯୋଗୁ ହୋଇଛି। ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ଗମନାଗମନ ହେବା ପରଠାରୁ କେତେ ଜଣଙ୍କ ମୃତ୍ୟୁ ଦୁର୍ଘଟଣାରେ ଘଟିଛି ସେ ନେଇ ଆଗ୍ରାର ଆଇନଜୀବୀ କ୍ରିଷ୍ଣଚାନ୍ଦ ଜୈନ୍‌ ସୂଚନା ଅଧିକାର ଆଇନ ଅନ୍ତର୍ଗତ ଆବେଦନ କରିଥିଲେ। ହସ୍ତଗତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ, ଯମୁନା ଏକ୍ସପ୍ରେସ୍‌ଓ୍ବେର ନିର୍ମାଣରେ ୧୨,୮୩୯ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ଏହା ୨୦୧୨ଅଗଷ୍ଟରେ ଗମନାଗମନ ପାଇଁ ଖୋଲା ଯାଇଥିଲା। ଚଳିତ ବର୍ଷ ଜୁଲାଇ ୩୧ ସୁଦ୍ଧା ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ୩୫୭ଟି ଦୁର୍ଘଟଣା ଘଟିଥିବାବେଳେ ଏଥିରେ ୮୨୨ଜଣ ଆହତ ହୋଇଥିଲେ। ଚଳିତ ଅଗଷ୍ଟ ଏବଂ ସେପ୍ଟେମ୍ବରରେ ଏଠାରେ ଘଟିଥିବା ୩ଟି ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ଘଟିଥିଲା। ୨୦୧୮ରେ ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ୬୫୯ ଦୁର୍ଘଟଣା ଘଟିଥିବାବେଳେ ୧,୩୮୮ ଆହତ ଏବଂ ୧୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୨୦୧୭ରେ ହୋଇଥିବା ୭୬୩ ଦୁର୍ଘଟଣାରେ ୧,୪୨୬ ଜଣ ଆହତ ହୋଇଥିବାବେଳେ ୧୪୬ଙ୍କର ମୃତ୍ୟୁ ହୋଇଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ୨୦୧୬ରେ ଏଠାରେ ୧,୨୧୯ ଦୁର୍ଘଟଣା ହୋଇଥିଲା। ଏଥିରେ ୧,୫୨୪ ଆହତ ଏବଂ ୧୩୩ ଜଣଙ୍କର ମୃତ୍ୟୁ ହୋଇଥିଲା। ୨୦୧୫ରେ ୯୧୯ ଦୁର୍ଘଟଣାରେ ୧,୩୯୨ ଆହତ ଏବଂ ୧୪୨ ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ୨୦୧୪ରେ ଏଠାରେ ଘଟିଥିବା ୭୭୧ ଦୁର୍ଘଟଣାରେ ୧,୩୩୫ ଆହତ ଏବଂ ୧୨୭ ଜଣଙ୍କର ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri