ଯାଜପୁର ଜିଲା: ଶଟ୍‌ଡାଉନକୁ ମାନିଲେ ଲୋକେ

ଯାଜପୁର ଅଫିସ,୫ା୪-ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଘୋଷିତ ପ୍ରଥମ ଦିନର ଶଟ୍‌ଡାଉନ୍‌ ସୁରୁଖୁରୁରେ ସମ୍ପନ୍ନ ହୋଇଛି। ଶନିବାର ରାତି ୮ଟାରୁ ଜିଲାର ପ୍ରମୁଖ ବଜାର ବ୍ୟାସନଗର ଓ ଯାଜପୁର ସହର ସମେତ କୋରେଇ ବ୍ଲକର ପାଣିକୋଇଲି ଓ ସାଦକପୁର, ବଡ଼ଚଣା ବ୍ଲକର ଚାରିନଙ୍ଗ, ଧର୍ମଶାଳା ବ୍ଲକର ନେଉଳପୁର ଏବଂ ଯାଜପୁର, ବିଞ୍ଝାରପୁର, ଦଶରଥପୁର, ବରୀ, ବଡ଼ଚଣା, ଧର୍ମଶାଳା, ରସୁଲପୁର, କୋରେଇ, ସୁକିନ୍ଦା ଓ ଦାନଗଦି ବ୍ଲକ ମୁଖ୍ୟାଳୟକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। କରୋନା ସଂକ୍ରମିତ ଗ୍ରାମ ବ୍ରହ୍ମବରଦାକୁ ସମ୍ପୂର୍ଣ୍ଣ ଭାବେ ସିଲ୍‌ କରି ଦିଆଯାଇଛି। ଏହାର ୩ କିମି ପରିଧି ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିଥିବାରୁ ଲୋକେମାନେ ଘରୁ ବାହାରି ନାହାନ୍ତି। କରୋନା ସଂକ୍ରମିତଙ୍କୁ କଟକର ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ତାଙ୍କ ପରିବାରବର୍ଗଙ୍କୁ ସରକାରୀ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା କେବଳ ଔଷଧ ଦୋକାନକୁ ଛାଡ଼ିଦେଲେ ସବୁ ଦୋକାନବଜାର ବନ୍ଦ ରହିଛି। ସବୁଆଡ଼େ ଶୂନଶାନ, ଖଁା ଖଁା ପରିବେଶ ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଡିଜିପି ଅଭୟ ଯାଜପୁର ଜିଲା ଗସ୍ତ କରି ଡିଆଇଜି(ସିଆର) ଆଶିଷ ସିଂ ଓ ଏସ୍‌ପି ଚରଣସିଂ ମୀନାଙ୍କ ସହିତ ଶଟ୍‌ଡାଉନ୍‌ ଉପରେ ସମୀକ୍ଷା କରିଛନ୍ତି।
ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ଜିଲାର ୧୪ ଜଣଙ୍କ ନାମରେ ୧୨ ମାମଲା ରୁଜୁ ହୋଇଛି। ୫୭ ଗାଡ଼ି ଜବତ କରାଯାଇ ୧,୧୦,୦୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଶନିବାର ରାତିରେ ଯାଜପୁର ପ୍ରଶାସନ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଥିଲା। ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ପ୍ରଶାସନିକ ଟିମ୍‌ ଯାଜପୁର ସହରରେ ବୁଲି ବୁଲି ଶଟ୍‌ଡାଉନ୍‌ ନିୟମକୁ ମାନିବାକୁ ପରାମର୍ଶ ଦେଇଥିଲେ। ଘରୁ ବାହାରିଲେ ୧୪ ଦିନିଆ କ୍ବାରାଣ୍ଟାଇନ୍‌ରେ ରହିବାକୁ ବାଧ୍ୟ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ସୋମବାର ରାତି ୮ ଯାଏ ଶଟ୍‌ଡାଉନ ବଳବତ୍ତର ରହିବ। ଏହି ସମୟରେ କେବଳ ନିର୍ଦ୍ଦିଷ୍ଟ କେତୋଟି ମେଡିସନ ଦୋକାନ, ପେଟ୍ରୋଲ ପମ୍ପ, ଡାକ୍ତରଖାନା, ପାଣିଯୋଗାଣ, ପୋଲିସ, ଅଗ୍ନିଶମ, ଯୋଗାଣ ବିଭାଗ, ବିଦ୍ୟୁତ ସରବରାହ ଓ ବିତରଣ କେନ୍ଦ୍ର ଆଦି ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri