ଯାଜପୁର ଜିଲାର ସୀମା ନାକାବନ୍ଦୀ

ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରବେଶରେ କଟକଣା କରାଯାଇଛି। ଏହାବାଦ ନୂଆଦିଲ୍ଲୀସ୍ଥିତ ନିଜାମୁଦ୍ଦିନରେ ଅନୁଷ୍ଠିତ ମୁସଲମାନଙ୍କ ଧର୍ମ ସଭାରୁ ଫେରିଥିବା ବିଞ୍ଝାରପୁର ବ୍ଲକ ଶାସନ୍ଦା ଗ୍ରାମର ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରଶାସନ ପକ୍ଷରୁ ଜେରା କରାଯାଇଛି। ସେ ଗତ ୧୭ ତାରିଖରେ ଦିଲ୍ଲୀରୁ ବାହାରି ୧୯ ତାରିଖରେ ଘରେ ପହଞ୍ଚିଥିଲେ। ନିଜାମୁଦ୍ଦିନ ଫେରନ୍ତା ଜଣକ ପରିବାର ସମେତ ଗ୍ରାମର ବହୁ ଲୋକଙ୍କ ସହିତ ମିଳାମିଶା କରିଥିବା ଜଣାଯାଇଛି। ଧର୍ମ ସଭାରୁ ଫେରିଲା ପରେ ତାଙ୍କୁ ଥଣ୍ଡା ଓ ଜ୍ୱର ହୋଇଥିଲା। ପରେ ଔଷଧ ଖାଇ ଭଲ ହୋଇଥିଲେ ବୋଲି ପରିବାର ଲୋକେ କହିଥିବା ସୂଚନା ମିଳିଛି। ତେବେ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି ବୋଲି କୁହାଯାଇଛି। ବିଞ୍ଝାରପୁର ତହସିଲଦାର ଅସ୍ମିତା ଦାଶ, ଆଇଆଇସି ଶିବଚରଣ ବେହେରା ପ୍ରମୁଖ ରାତି ସାଢେ ୧୨ଟାରେ ଶାସନ୍ଦା ଗ୍ରାମରେ ପହଞ୍ଚି ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିବା ଜଣାଯାଇଛି। ତେବେ ସେହି ପରିବାରର ସମସ୍ତ ସଦସ୍ୟଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅନ୍ୟ ଏକ ଘଟଣାକ୍ରମରେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଅରୁଣ କୁମାର ପାତ୍ରଙ୍କୁ ଅଚାନକ ବଦଳି କରାଯାଇଛି। କରୋନା ମୁକାବିଲାରେ ଆବଶ୍ୟକ ସହଯୋଗ ହୋଇ ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା ଚର୍ଚ୍ଚା ହେଉଛି। ତାଙ୍କ ସ୍ଥାନରେ ଡା. ସୁଧାଂଶୁ ଶେଖର ବଳ ଦାୟିତ୍ୱରେ ରହିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri