ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍‌ମେଣ୍ଟ ଅଞ୍ଚଳର

ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୨୨ରେ ପହଞ୍ଚିଛି। ସଂକ୍ରମିତ ବ୍ୟକ୍ତିମାନେ ଦଶରଥପୁର ବ୍ଲକ କଟିକଟା ଗ୍ରାମପଞ୍ଚାୟତ କଟିକଟା ଗ୍ରାମର ୧୮ ବର୍ଷ ବୟସ୍କା ଜଣେ ଯୁବତୀ ଓ ୫୬ ବର୍ଷ ବୟସ୍କ ପୁରୁଷ ଓ ଡାହାଣୀହତା ଗ୍ରାମର ୬୫ ବର୍ଷର ଜଣେ ବୃଦ୍ଧ ବୋଲି ସୂଚନା ମିଳିଛି। ଏହି ୩ ଜଣ କଟିକଟା କଣ୍ଟେନମେଣ୍ଟ ଅଞ୍ଚଳର ହୋଇଥିବାବେଳେ ସମସ୍ତେ ପୂର୍ବ ପଶ୍ଚିମବଙ୍ଗ ଫେରନ୍ତା ଆକ୍ରାନ୍ତମାନଙ୍କ ସଂସ୍ପର୍ଶରେ ଆସିଥଲେ। ୬୫ ବର୍ଷିୟ ବୃଦ୍ଧଙ୍କ କୌଣସି କରୋନା ଲକ୍ଷଣ ନ ଥିଲା। ତେବେ ଆକ୍ରାନ୍ତମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଦଶରଥପୁର ବ୍ଲକ ୩ ପଞ୍ଚାୟତର ୫ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri