ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରାଯାଇଥିଲା। ଏଥିପାଇଁ ଏହି ଅଞ୍ଚଳକୁ ଲକ୍‌ଡାଉନରୁ ସଟ୍‌ଡାଉନକୁ ପରିବର୍ତ୍ତନ ହୋଇଥିଲା। ଏହି କଟକଣା ଏକ ସପ୍ତାହ ପର୍ଯ୍ୟନ୍ତ ଲାଗୁ ହୋଇଥିଲା। କଟକଣା ସମୟରେ ଏହି ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯାଉଥିଲା। ବୃଦ୍ଧି ଘଟିଥିବା ସଟ୍‌ଡାଉନ ଅବଧି ରବିବାର ରାତି ୮ଟାରେ ଶେଷ ହୋଇଥିଲା। ପ୍ରଶାସନ ସେହି ସମୟରୁ ହିଁ ସଟ୍‌ଡାଉନ ଉଠାଇ ଲକ୍‌ଡାଉନକୁ ବଳବତ୍ତର ରଖିଛି। ଏବେ ବ୍ରହ୍ମବରଦା ଅଞ୍ଚଳରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲାରହିଛି। ଚଳାଚଳ ସାମାନ୍ୟ ସ୍ବାଭାବିକ ହୋଇଛି। ସାଧାରଣ ଲୋକେ ବାହାରକୁ ବାହାରିଛନ୍ତି। ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ, ଏଟିଏମ୍‌ ସମ୍ମୁଖରେ ଭିଡ଼ ପରିଲକ୍ଷିତ ହୋଇଛି। ଭିଡ଼ ଭିତରେ କିଛି ସ୍ଥାନରେ ସାମାଜିକ ଦୂରତା କଟକଣା ପାଳନ ହେଉ ନ ଥିବାର ଦେଖାଯାଇଛି। ଲୋକେ ବିନା ମାସ୍କରେ ବୁଲୁଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri