ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ

ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ ଜିଲାର ବ୍ୟାପକ ଅଞ୍ଚଳକୁ ୪୮ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ପ୍ରଥମେ ବ୍ରହ୍ମବରାଦକୁ ଶଟଡାଉନ କରାଯାଇଥିଲା। ପରେ ଯାଜପୁର ଓ ବ୍ୟାସନଗର ପୌରାଞ୍ଚଳ, ପାଣିକୋଇଲି, ଚଣ୍ଡିଖୋଲ, ସମସ୍ତ ବ୍ଲକ ମୁଖ୍ୟାଳୟ ସମେତ କୋରେଇ ବ୍ଲକର ସାଦକପୁର, ବଡ଼ଚଣା ବ୍ଲକର ଚାରିନଙ୍ଗଳ, ଧର୍ମଶାଳା ବ୍ଲକର ନେଉଳପୁର ଅଞ୍ଚଳକୁ ଶଟଡାଉନ୍ କରାଯାଇଛି। ଏହି ଶଟଡାଉନ ଶନିବାର ରାତି ୮ଟାରୁ ସୋମବାର ରାତି ୮ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଆକ୍ରାନ୍ତ ଜଣେ ମୌଲବୀ। ତାଙ୍କ ଘର ଓ କାର୍ଯ୍ୟକ୍ଷେତ୍ର ସମେତ ବ୍ରହ୍ମବରଦା ଗ୍ରାମର ୩ କିମି ପରିଧି ଅଞ୍ଚଳକୁ ସିଲ କରାଯାଇଥିବା ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ସଂକ୍ରମିତ ଜଣକ ୧୨/୧୩ ଜଣଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ଅନ୍ୟ ଲୋକମାନେ ମଧ୍ୟ ତାଙ୍କ ସଂସ୍ପର୍ଶରେ ଆସିଥାଇପାରନ୍ତି। ସେ ତଥ୍ୟ ଦେବାକୁ ବୋଧହୁଏ ଚାହୁନାହାନ୍ତି। ଯେହେତୁ ତଦନ୍ତ ଜାରି ରହିଛି ଏବଂ ଆଗାମୀ ଦିନରେ ତାଙ୍କ ପାଇଁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି। ଶଟଡାଉନ୍ ସମୟ ମଧ୍ୟରେ କେବଳ ଔଷଧ ଦୋକାନ ଏବଂ ଜରୁରୀ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ଖୋଲା ରହିବ। ପନିପରିବା ଓ ଅନ୍ୟାନ୍ୟ ଦୋକାନ ବନ୍ଦ ରହିବ। ପରିବହନ ଉପରେ କଟକଣା ଲଗାଯିବ। ଏହି ସମୟ ମଧ୍ୟରେ ସେ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ହେବା ପରେ ଏହି ଶଟଡାଉନ ନିଷ୍ପତ୍ତି ନିଆଯାଇଛି। ଏହି ସମୀକ୍ଷା ବୈଠକରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri