ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ତେବେ ରାଜ୍ୟର ୨୧ଟି ଜିଲାରେ ଏବେ କରୋନା କବଳରେ ଥିବା ବେଳେ ଗଞ୍ଜାମ ୨୧୦ ସଂକ୍ରମିତ ସହ ଶୀର୍ଷ ସ୍ଥାନରେ ରହିଛି। ସେହିଭଳି ଯାଜପୁରକୁ ପଛରେ ପକାଇ ବାଲେଶ୍ୱର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ବାଲେଶ୍ୱରରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ରହିଥିବା ବେଳେ ଯାଜପୁରରେ ରହିଛି ୭୧। ସେହିଭଳି ଖୋର୍ଦ୍ଧାରେ ସଂକ୍ରମିତଙ୍କ ସଂଖ୍ୟା ୫୦, ଭଦ୍ରକରେ ୩୧, ସୁନ୍ଦରଗଡ଼ରେ ୨୩, ଅନୁଗୋଳରେ ୧୫, ମୟୂରଭଞ୍ଜରେ ୯, କେନ୍ଦ୍ରାପଡ଼ାରେ ୯, ଜଗତସିଂହପୁରରେ ୫, ପୁରୀରେ ୪, କେନ୍ଦୁଝରରେ ୪, ବୌଦ୍ଧରେ ୪, କଟକରେ ୩, କଳାହାଣ୍ଡିରେ ୨, ଝାରସୁଗୁଡ଼ାରେ ୨, ବଲାଙ୍ଗୀରରେ ୨, ନୟାଗଡ଼- କୋରାପୁଟ-ଢ଼େଙ୍କାନାଳ-ଦେବଗଡ଼ରେ ଗୋଟିଏ ଲେଖାଏ ସକ୍ରମିତ ଚିହ୍ନଟ ହୋଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ମୋଟ ୫୩୮ଜଣ ସଂକ୍ରମିତଙ୍କ ମଧ୍ୟରୁ ୪୧୯ଜଣ ଆକ୍ଟିଭ୍‌ ମାମଲା ରହିଛି। ସେହିଭଳି ୧୧୬ଜଣ ସୁସ୍ଥ ହୋଇଛନ୍ତି। ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?