ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକାଂଶ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଯାଜପୁରରୁ ଆଉ ୪ଜଣ ଓ ବାଲେଶ୍ୱରରୁ ୨ଜଣଙ୍କ ରିପୋର୍ଟ ପଜିଟିଭ୍‌ ବାହାରିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚତ୍ଛି। ତେବେ ନୂଆ ୪ ଆକ୍ରାନ୍ତ ବାହାରିବା ପରେ ଯାଜପୁର ଏବେ ଖୋର୍ଦ୍ଧା ତଳକୁ ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ଜିଲା ଭାବେ ପରିଗଣିତ ହୋଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ମହିଳା ଓ ଜଣେ ଯୁବକ ଅଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୮୦, ୭୦, ୪୮ ଓ ୨୧ ରହିଥିବାବେଳେ ଜଣଙ୍କ ଘର ଦଶରଥପୁର ବ୍ଲକ୍‌ ଓ ଅନ୍ୟ ୩ଜଣଙ୍କ ଘର ଯାଜପୁର ବ୍ଲକ୍‌ରେ। ଗତ ୨୦ ତାରିଖରୁ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେହିପରି ବାଲେଶ୍ୱରରୁ ଚିହ୍ନଟ ୨ ଜଣଙ୍କ ମଧ୍ୟରୁ ଜଣେ ୫୫ ବର୍ଷୀୟ ମହିଳା ଓ ଅନ୍ୟଜଣେ ୩୬ବର୍ଷର ଯୁବକ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏମାନେ ପୂର୍ବରୁ ଚିହ୍ନଟ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ଓ ସେମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଗତ ସୋମବାର ଗୋଟିଏ ଦିନରେ ୧୩ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବାବେଳେ ମଙ୍ଗଳବାର ୫ ଓ ବୁଧବାର ୪ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏମାନେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା କିମ୍ବା ସଂସ୍ପର୍ଶରେ ଆସିଥିବାରୁ ଅନ୍ୟମାନଙ୍କୁ ଠାବ କରିବା ଏବେ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।
ଏପଟେ ଗୁରୁବାର ଭୁବନେଶ୍ୱରର ଆଉଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ୩୩ଜଣ ସୁସ୍ଥ ହୋଇଥିବାବେଳେ ୫୬ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଖୋର୍ଦ୍ଧାରେ ୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି, ଜଣଙ୍କର ମୃତ୍ୟୁ ହୋଇଛି ଓ ୨୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିପରି ଯାଜପୁରରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚତ୍ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୨ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରେ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା କେହି ବି ସୁସ୍ଥ ହୋଇ ନାହାନ୍ତି। ଅନୂରୁପ ଭାବେ ସୁନ୍ଦରଗଡ଼ରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ସୁସ୍ଥ, କେନ୍ଦ୍ରାପଡ଼ାର ୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ଓ କଳାହାଣ୍ଡିରେ ସମସ୍ତ ୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ କଟକ, ପୁରୀ ଓ ଢ଼େଙ୍କାନାଳରେ ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri