ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ ବିିଭିନ୍ନ କଟକଣା ଜାରି ହୋଇଛି। ତେବେ ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ ଏବଂ ଅନ୍ୟ ହସ୍ପିଟାଲ କର୍ମଚାରୀ ଏହି କଟକଣାରୁ ମୁକ୍ତ ଏବଂ ସେମାନେ ଆଇକାର୍ଡ ଦେଖାଇ ଯାତାୟାତ କରିପାରିବେ ବୋଲି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ କହିଛନ୍ତି। ମଙ୍ଗଳବାର ଏ ସଂକ୍ରାନ୍ତରେ ଡିଜିପି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାକୁ ସମସ୍ତ ଏସ୍‌ପି, ଡିସିପି, ଡିଆଇଜି, ଆଇଜି ଏବଂ ପୋଲିସ କମିଶନରଙ୍କ ନିକଟକୁ ପଠାଯାଇଛି। ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ ଏବଂ ହସ୍ପିଟାଲ କର୍ମଚାରୀଙ୍କୁ ପୋଲିସ ବିନା କାରଣରେ ଗୋଟିଏ ସ୍ଥାନରେ ଅଟକାଇ ରଖି ପାରିବ ନାହିଁ। ଯଦି ସେଭଳି କୌଣସି ଖବର ଆସେ ଯେଉଁ ପୋଲିସ କର୍ମଚାରୀ ଅଟକାଇ ରଖିଥିବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି କହିଛନ୍ତି।
ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି, ବର୍ତ୍ତମାନ ସମସ୍ତଙ୍କୁ ପାସ୍‌ ଯୋଗାଇବା ସମ୍ଭବ ହେଉନାହିଁ। ୱେବ୍‌ସାଇଟ୍‌ରେ ଅନ୍‌ଲାଇନ୍‌ରେ ପାସ୍‌ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଉଛି। ଯେଉଁମାନେ ଜରୁରୀ ସେବାରେ ନିୟୋଜିତ ଅଛନ୍ତି, ସେମାନଙ୍କୁ ଏହି ପାସ୍‌ ମିଳିବ। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ସରକାରୀ ଏବଂ ଘରୋଇ ହସ୍‌ପିଟାଲ୍‌ରେ କାର୍ଯ୍ୟରତ ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଯାତାୟାତ କଟକଣାରୁ ମୁକ୍ତ ରହିବେ। ଏଥିପାଇଁ ସେମାନଙ୍କୁ ବୈଧ ପରିଚୟପତ୍ର ଦେଖାଇବାକୁ ପଡ଼ିବ। ଅନ୍ୟପକ୍ଷରେ ମଙ୍ଗଳବାର ଭୁବନେଶ୍ୱରର ବିଭିନ୍ନ ଛକରେ କେତେଜଣ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ହସ୍ପିଟାଲ ଯିବା ସମୟରେ ନିଜ ଆଇକାର୍ଡ ଦେଖାଇଥିଲେ ବି ପୋଲିସ ସେମାନଙ୍କୁ ପାସ୍‌ ମାଗୁଥିବା ଦେଖିବାକୁ ମିଳିଥିଲା। ଫଳରେ ଅସେନ୍ତାଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri