ଯାତ୍ରା ଚାଲିଥିବା ବେଳେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପୋଲିସକୁ ଦୁର୍ବ୍ୟବହାର

ପଦ୍ମପୁର,୧।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର କପିଳମୁନି ପଡ଼ିଆରେ ଶୁକ୍ରବାର ରାତିରେ ଯାତ୍ରା ଚାଲିଥିବା ବେଳେ କିଛି ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ଜଣେ ଯୁବତୀଙ୍କୁ କମେଣ୍ଟ ମାରିବାକୁ କେନ୍ଦ୍ରକରି ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଏ ନେଇ ସ୍ଥାନୀୟ ଯୁବକ ବାଲିମୁଣ୍ଡା ଅଞ୍ଚଳର ୨ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ କାଦୁଅରେ ପୋତି ପକାଇଥିଲେ। ଖବରପାଇ କଶିଆ ସାମୁଦ୍ରିକ ଥାନା ଅଧିକାରୀ ବିଜୟ କୁମାର ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ଉତ୍ତ୍ୟକ୍ତ ଯୁବକ ଥାନା ଅଧିକାରୀ ଓ ପୋଲିସଙ୍କୁ ଧକ୍କା ମାରିବା ସହ ଟଣାଓଟରା କରିଥିଲେ। ନାୟକାଣିଡିହୀ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏ ନେଇ ଖବରପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ଗଣ୍ଡଗୋଳକାରୀ ୨ ଯୁବକଙ୍କୁ କାବୁକରି ଥାନାକୁ ନେବାବେଳେ ଜଣେ ଯୁବକ ଫେରାର ହୋଇଯାଇ ଥିଲେ। ଅନ୍ୟ ଜଣେ ଅଟକ ଅଛନ୍ତି। ଅପେରାର ଚେୟାର, ବିଭିନ୍ନ ସାମଗ୍ରୀ ଓ କ୍ୟାଶ୍‌ କାଉଣ୍ଟରରୁ ୫୦ ହଜାର ଟଙ୍କା ନେଇ ଯାଇଥିବା ସମ୍ପର୍କରେ କମିଟି ଶନିବାର ଥାନାରେ ଅଭିଯୋଗ କରିଛି। ଥାନାରେ କେସ ନଂ. ୨/୨୦ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri