ଯାତ୍ରୀ ହ୍ରାସ ଯୋଗୁ ବାତିଲ ହେଉଛି ଟ୍ରେନ୍‌

ଭୁବନେଶ୍ୱର, ୧୮।୩: ପୂର୍ବତଟ ରେଳପଥ ଯାତ୍ରୀ ପରିବହନ କ୍ଷେତ୍ରରେ ବୃହତ୍‌ ସଂଖ୍ୟାରେ ହ୍ରାସ ଘଟିଛି। ଲୋକମାନେ ବୁକିଂ କରିଥିବା ସେମାନଙ୍କ ଟିକେଟ ବାତିଲ କରି ଦେଉଛନ୍ତି। ଗତ ୬ ଦିନ ମଧ୍ୟରେ ପୂର୍ବତଟ ରେଳପଥର ୧ ଲକ୍ଷ ଟିକେଟ ବାତିଲ କରାଯାଇଛି। ଗତ ବର୍ଷ ସମାନ ସମୟ ତୁଳନାରେ ବାତିଲ ହୋଇଥିବା ଟିକେଟ ସଂଖ୍ୟାଠାରୁ ଏହା ୬୭% ଅଧିକ ରହିଛି। ସାରା ଦେଶରେ ଟିକେଟ ବାତିଲ ହାର ପୂର୍ବବର୍ଷ ଅପେକ୍ଷା ଏବେ ୮୦% ଛୁଇଁଛି। ଯାତ୍ରୀ ହେଉ ନ ଥିବାରୁ ପୂର୍ବତଟ ରେଳପଥ ଦେଇ ପ୍ରାୟ ୫ ଯୋଡ଼ା ଟ୍ରେନ୍‌ ବାତିଲ କରାଯାଇଥିବା ରେଳପଥ ପକ୍ଷରୁ ସୂଚନା ରହିଛି। ଏଭଳି ସ୍ଥିତି ଲାଗି ରହିଲେ ଅଧିକ ଟ୍ରେନ୍‌ ବାତିଲ ହେବା ନେଇ ଆଶଙ୍କା କରାଯାଉଛି। ଟିକେଟ ବୁକିଂକୁ ନିୟମିତ ଭିତ୍ତିରେ ତର୍ଜମା କରାଯାଉଛି। ଏହି ଆଧାରରେ ଟ୍ରେନ୍‌ଗୁଡିକୁ ବାତିଲ କରିବା ଉପରେ ନିଷ୍ପତ୍ତି ହେଉଥିବା ସୂଚନା ରହିଛି। ପୂର୍ବତଟ ରେଳପଥ ଅଧିକ ଭୁବନେଶ୍ୱର, ପୁରୀ, ସମ୍ବଲପୁର ଏବଂ ବିଶାଖାପାଟଣାରୁ ବାହାରୁଥିବା ଟ୍ରେନଗୁଡିକରେ ପରଦା ଏବଂ କମ୍ବଳକୁ ହଟାଯାଇଛି। ଯାତ୍ରୀଙ୍କୁ ନିଜର କମ୍ବଳ, ସାଲ୍‌ ଆଣିବା ଲାଗି କୁହାଯାଇଛି। ଏହି ସମୟରେ ପୂର୍ବତଟ ରେଳପଥ ସାମୟିକ ଲାଗି କିଛି ସ୍ବତନ୍ତ୍ର ଟ୍ରେନ୍‌କୁ ମଧ୍ୟ ବାତିଲ କରିଛି।
ଏପଟେ କରୋନା ଭୂତାଣୁ ସଂକ୍ରମଣକୁ ଏଡ଼ାଇବା ଲାଗି ରେଳପଥ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଉପରେ ଧ୍ୟାନ କେନ୍ଦ୍ରିତ କରାଯାଇଛି। ଜୀବାଣୁ ନାଶ ପ୍ରକ୍ରିୟା ହାତକୁ ନିଆଯାଇଛି। ଜ୍ୱର କିମ୍ବା କଫ ଥିବା ଯାତ୍ରୀ ଗୁରୁତ୍ୱପୂର୍ଣ୍ଣ ଷ୍ଟେଶନଗୁଡିକରେ ଖୋଲାଯାଇଥିବା ସାହାଯ୍ୟ କେନ୍ଦ୍ରର ସହାୟତା ନେବାକୁ ପରାମର୍ଶ ରହିଛି। ସରକାର ଧାର୍ଯ୍ୟ କରିଥିବା ନିୟମାବଳୀକୁ ମାନିବା ଏବଂ ସହଯୋଗ କରିବା ନେଇ ରେଳଯାତ୍ରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ନିବେଦନ କରିଛନ୍ତି। ରେଳପଥ ପକ୍ଷରୁ କେତେକ ସ୍ଥାନରେ ଟ୍ରେନ୍‌ଗୁଡିକ ମଧ୍ୟ ବାତିଲ କରିବାକୁ ନିଷ୍ପତ୍ତି ହୋଇଛି। ସେହିଭଳି କେନ୍ଦ୍ର ରେଳପଥ ପକ୍ଷରୁ ଶନିବାର ୨୩ ଟ୍ରେନ୍‌ ବାତିଲ କରାଯାଇଛି। ଏଥିରେ ମେଲ୍‌, ଏକ୍ସପ୍ରେସ ଟ୍ରେନଠାରୁ ଆରମ୍ଭକରି ରାଜଧାନୀ ଭଳି ଟ୍ରେନ୍‌ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri