Posted inଜାତୀୟ

ଯାତ୍ରୀଙ୍କଠାରୁ ଅଧିକ ଅଟୋଭଡା ନେବାରୁ କଟିଲା ୮ଲକ୍ଷ ଟଙ୍କାର ଚାଲାଣ

ବେଙ୍ଗାଲୁରୁ,୫।୧୨: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଲୋକେ ଏକ ପ୍ରକାର ସଜାଗ ହେଇଯାଇଛନ୍ତି ବୋଲି କୁହାଯାଉଛି। ହେଲେ କେତେଜଣ ଲୋକ ଏବେବି ଏହାକୁ ବେଖାତିର କରି ଚାଲିଛନ୍ତି। ଏମାନଙ୍କୁ ଉଚିତ୍‌ ଶିକ୍ଷା ଦେବାକୁ ଏବେ ବେଙ୍ଗାଲୁରୁ ପୋଲିସ ଅଭିନବ ଉପାୟ ଆପଣାଇଛି। ଆଉ ପୋଲିସ ପୋଷାକରେ ନୁହେଁ ବରଂ ସାଦା ପୋଷାକରେ ଯାଇ ନିୟମ ଉଲ୍ଲଂଘନକାରୀଙ୍କ ଚାଲାଣ କଟାଯାଉଛି। ବେଙ୍ଗାଲୁରୁରେ ପ୍ରାୟ ୨୫୦ ପୋଲିସ କର୍ମଚାରୀ ସାଦା ପୋଷାକରେ ସାଧାରଣ ନାଗରିକଙ୍କ ଭଳି ବୁଲୁଛନ୍ତି। ଏଥିରେ ମହିଳା ପୋଲିସ ମଧ୍ୟ ଅଛନ୍ତି। ଏମାନେ ନିୟମ ଉଲ୍ଲଂଘନକାରୀଙ୍କୁ ଦେଖି ସଙ୍ଗେ ସଙ୍ଗେ ଚାଲାଣ କାଟୁଛନ୍ତି। ଦିନ ୧୧ଟାରୁ ଏମାନେ ବିଭିନ୍ନ ଛକ ଓ ଗଳିରେ ବିଶେଷ ଭାବେ ଅଟୋ ଚାଳକଙ୍କ ଉପରେ ନଜର ରଖୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ ଏପର୍ଯ୍ୟନ୍ତ ପ୍ରାୟ ୧୫୭୫ଜଣ ଅଟୋ ଚାଳକ ପୂର୍ବରୁ ବୁକିଂ ରଖି ଯାତ୍ରୀ ନେବାକୁ ମନା କରି ଦେଇଥିବାରୁ ସେମାନଙ୍କର ଚାଲାଣ କଟା ସରିଲାଣି। ସେହିପରି ୧୩୪୬ ଜଣ ଚାଳକ ଆବଶ୍ୟକତାଠାରୁ ଅଧିକ ଭଡା ନେଉଥିବାରୁ ସେମାନଙ୍କର ମଧ୍ୟ ଚାଲାଣ କଟିସାରିଛି। ୨୨୮୨ ଜଣ ଅଟୋ ଚାଳକ ୟୁନିଫର୍ମ ନ ପିନ୍ଧି ଥିବାରୁ ସେମାନଙ୍କର ମଧ୍ୟ ଚାଲାଣ କଟିଛି। କାଗଜ ପତ୍ର ନ ଥିବାରୁ ୪୯୨ ଜଣଙ୍କ ଚାଲାଣ କଟିଥିବା କହିଛନ୍ତି ଜଣେ ବରିଷ୍ଠ ପୋଲିସ ଅଧିକାରୀ। ଏମିତି ପାଖାପାଖି ୫ହଜାର ଅଟୋ ଚାଳକଙ୍କଠାରୁ ୮ ଲକ୍ଷ ଟଙ୍କାର ଚାଲାଣ କଟାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?