Posted inବରଗଡ଼

ଯାତ୍ରୀବାହୀ ଗାଡ଼ିରେ ଗଲେଣି ୩୫ ହଜାର ପ୍ରବାସୀ

ବରଗଡ଼ ଅଫିସ୍‌,୨୩।୫-କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉନାହିଁ। ଅନ୍ୟପଟେ ପ୍ରବାସୀ ଶ୍ରମିକମାନେ ଫେରୁଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଚାଲିଛି । ଏହି ଦୃଷ୍ଟିରୁ ସଂକ୍ରମଣକୁ ପ୍ରତିହତ କରିବା ସହିତ ପ୍ରବାସୀ ଶ୍ରମିକମାନେ ଯେଭଳି ହଟହଟାର ସମ୍ମୁଖୀନ ନ ହେବେ ସେଥିପାଇଁ ପୋଲିସ, ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ବରଗଡ଼ ଜିଲା ପୋଲିସ ପକ୍ଷରୁ ଶୁକ୍ରବାର ସୁଦ୍ଧା ୩୫ହଜାର ଲୋକଙ୍କୁ ବସ୍‌, ଚାରିଚକିଆ ଗାଡ଼ି ଯୋଗେ ଝାଡ଼ଖଣ୍ଡ, ଆସାମ, ପଶ୍ଚିମବଙ୍ଗ ଆଦି ସ୍ଥାନକୁ ପଠାଯାଇଥିବା ସୂଚନା ଦିଆଯାଇଛି। ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏହି ସୂଚନା ଦେଇଛନ୍ତି ଏସପି ପଦ୍ମିନୀ ସାହୁ। ସେ ଆହୁରି କହିଥିଲେ, ରାଜ୍ୟରେ ୧୨ଟି ସୀମାନ୍ତ ରହିଛି । ଏହି ସୀମାନ୍ତ ଦେଇ ବାହ୍ୟ ରାଜ୍ୟରୁ ପ୍ରବେଶ ପଥ ରହିଛି । ସେଥିମଧ୍ୟରୁ ବରଗଡ଼ ଜିଲା ସୋହେଲା ନିକଟବର୍ତ୍ତୀ ଲୁହୁରାଚଟି ଗୋଟିଏ । ଏହି ସୀମାନ୍ତ ଦେଇ ପ୍ରବାସୀମାନେ ଫେରୁଛନ୍ତି। ସେହି ପ୍ରବାସୀମାନେ ଯେଭଳି ସୁରକ୍ଷିତ ଭାବେ ଘରକୁ ପହଞ୍ଚି ପାରିବେ, ସେ ନେଇ ଗତ ୩ ତାରିଖରୁ ପୋଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଗତ ୨୨ତାରିଖ ସୁଦ୍ଧା ୮୫୦ଟି ବସ୍‌ ଏବଂ ୯୭୫ଟି ଚାରିଚକିଆ ଗାଡ଼ିରେ ୩୫ହଜାର ପ୍ରବାସୀଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଯିବା ସହିତ ସେମାନଙ୍କ ଖାଦ୍ୟପେୟ ବ୍ୟବସ୍ଥା କରାଯାଇଥିବା ଏସ୍‌ପି ସାହୁ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା, ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri