ଯାତ୍ରୀସେବା ଅବ୍ୟାହତ ରଖିବାକୁ ୩ ଦଫା ଦାବି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ଏକ ବଡ଼ ଆହ୍ବାନ ହୋଇଥିବା କହିଛି ରାଜ୍ୟ ବସ୍‌ ମାଲିକ ସଂଘ। ସାଧାରଣ ଲୋକେ ସତର୍କତା ଅବଲମ୍ବନ କରୁଥିବା ବେଳେ ଅତ୍ୟନ୍ତ ଜରୁରୀ ନ ଥିଲେ ବସ୍‌ରେ ଯାତ୍ରା କରିବା ଲାଗି ଉଚିତ୍‌ ମନେ କରୁନାହାନ୍ତି। ଏଭଳି ସ୍ଥଳେ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସାୟ ପ୍ରବଳ କ୍ଷତିର ସମ୍ମୁଖୀନ ହୋଇଛି। ଏ ନେଇ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ରବିବାର ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କୁ ସାକ୍ଷାତ କରି ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟରେ ଯାତ୍ରୀସେବାକୁ ଅବ୍ୟାହତ ରଖିବା ପାଇଁ ସେମାନେ ୩ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କୁ ଦିଆଯାଇଛି। ମାସିକ ମୋଟର ଯାନ ଟିକସ ଓ ଅତିରିକ୍ତ ଟିକସକୁ ୬ମାସ ପାଇଁ ଛାଡ଼ କରିବା, ବସ୍‌ଗୁଡ଼ିକର ବୀମା ଅବଧିକୁ ସମସ୍ତ ବୀମା କମ୍ପାନୀ ଆସନ୍ତା ୬ମାସ ପାଇଁ ବୃଦ୍ଧି କରିବା, ଅର୍ଥଲଗାଣକାରୀ ସଂସ୍ଥା ଋଣ ଉପରେ ନେଉଥିବା ସୁଧକୁ ୬ମାସ ପାଇଁ ଛାଡ଼ କରିବା, ଋଣ ପରିଶୋଧ ପାଇଁ ୩ ମାସ ସମୟ ଦେବାକୁ ଦାବି କରିଛନ୍ତି। ଏଥିଲାଗି ପଦକ୍ଷେପ ନେବାକୁ ପରିବହନ ବିଭାଗ, ଆଇଆର୍‌ଡିଏ, ରିଜର୍ଭ ବ୍ୟାଙ୍କ୍‌, ଅର୍ଥ ବିଭାଗ ଅଧିକାରୀ ଓ ସଂଘର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକରେ ଆଲୋଚନା ପାଇଁ ଅନୁରୋଧ କରିଛନ୍ତି। ସଂଘର ସଭାପତି ଲୋକନାଥ ପାଢ଼ୀଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳରେ ସମ୍ପାଦକ ଦେବେନ୍ଦ୍ର ସାହୁ, କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ଓ ମୁଖପାତ୍ର ଦେବାଶିଷ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri