Posted inଜାତୀୟ

ଯାନ୍ତ୍ରିକ ତ୍ରୁଟି ଯୋଗୁ ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ

ଚଣ୍ଡିଗଡ଼,୮।୫: ଭାରତୀୟ ବାୟୁସେନାର ଏକ ଯୁଦ୍ଧ ବିମାନ ପଞ୍ଜାବରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ପଞ୍ଜାବ ନଓ୍ବାନଶହର ଜିଲାର ଚହାଡ଼ପୁରରେ ଶୁକ୍ରବାର ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ପାଇଲଟ ଅଳ୍ପକେ ବର୍ତ୍ତିଯାଇଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ମିଗ୍‌-୨୯ ଯୁଦ୍ଧ ବିମାନ ଶୁକ୍ରବାର ସକାଳ ସାଢ଼େ ୧୦ଟାରେ ଜଲନ୍ଧରର ଆଦମପୁର ଏୟାର ବେସ୍‌ରୁ ପ୍ରଶିକ୍ଷଣ ପାଇଁ ଉଡାଣ ଭରିଥିଲା। କିଛି ସମୟ ଉଡାଣ ଭରିବା ପରେ ଉକ୍ତ ବିମାନ ଦୁର୍ଘଟଣାର ଶୀକାର ହୋଇଥିଲା। ଏହାପରେ ଦୁର୍ଘଟଣାଗ୍ରସ୍ତ ବିମାନଟି ହୋଶିୟାରପୁରର ଏକ ଗାଁର ଚାଷଜମିରେ ପଡ଼ିଯାଇଥିଲା। ବିମାନ ଦୁର୍ଘଟଣାଗସ୍ତ ହେବା ପୂର୍ବରୁ ପାଇଲଟ ପାରାସୁଟ ଜରିଆରେ ସୁରକ୍ଷିତ ଭାବେ ବାହାରକୁ ବାହାରିଯାଇଥିବା ଜଣାପଡ଼ିଛି।

ତେବେ ବିମାନରେ ନିଆଁ ଲାଗିଥିବାରୁ ଉକ୍ତ ଚାଷଜମି ମଧ୍ୟ ପୋଡି ପାଉଶଁ ହୋଇଯାଇଥିବା କୁହାଯାଉଛି। ଖବରପାଇ ଘଟଣାସ୍ଥଳରେ ବାୟୁସେନା ଅଧିକାରୀ, ପୋଲିସ ଓ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଚାଷଜମି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଅପରପକ୍ଷେ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଥିବା ବେଳେ ବିଶେଷଜ୍ଞ ଟିମ୍‌ର ଯାଞ୍ଚ ପରେ ସଠିକ୍‌ ତଥ୍ୟ ସାମ୍ନାକୁ ଆସିବ। ଅପରପକ୍ଷେ ଏହି ଘଟଣାର କୋର୍ଟ ଅଫ୍‌ ଇନ୍‌କ୍ୱାରୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଚଳିତ ବର୍ଷର ଏହା ପ୍ରଥମ ବିମାନ ଦୁର୍ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri