ବ୍ରହ୍ମପୁର ଅଫିସ, ୮ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମହାବିଦ୍ୟାଳୟରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବକୁ ନେଇ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି। ବୁଧବାର ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖାକୁ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ମେରିଟ୍ ଲିଷ୍ଟ ପ୍ରକାଶ ପରେ ଯୁକ୍ତ ୩ ବ୍ୟାକ ପେପର ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରମାନେ ପୁଣି ଆନ୍ଦୋଳନ କରିଛନ୍ତି ା ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ ବାତିଲ କରି ବ୍ୟାକ ପେପର ଫଳ ପରେ ତାଲିକା ପ୍ରକାଶ କରିବାକୁ ସେମାନେ ଦାବି କରି ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏହାର ସମାଧାନ କ୍ଷେତ୍ରରେ ସ୍ନାତକ ପରିଷଦ ଅଧ୍ୟକ୍ଷା ପ୍ରଫେସର ଅରୁନ୍ଧତୀ ରଥ ଅସମର୍ଥ ପ୍ରକାଶ କରିବା ସହ ଭାରପ୍ରାପ୍ତ କୁଳପତି ତଥା ଆରଡିସି ଟି. ଆଓଙ୍କୁ ଏନେଇ ଅବଗତ କରିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ଫଳରେ ଗୁରୁବାର ଛାତ୍ରୀଛାତ୍ରମାନେ ଆରଡିସିଙ୍କୁ ଭେଟିବେ ବୋଲି ସୂଚନା ମିଳିଛି ା ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକପେପର ପରୀକ୍ଷା ଖାତା ମୂଲ୍ୟାୟନ ଜୁଲାଇ ୩୧ରୁ ଶେଷ ହୋଇଛି ା ଫଳ ପ୍ରକାଶ ନେଇ ବିଳମ୍ବ ହେଉଛି ା ତଥାପି ଆସନ୍ତା ୨୦ ରୁ ୨୨ ସୁଦ୍ଧା ଫଳ ପ୍ରକାଶ କରିବା ନେଇ ଏନ୍ଆଇସି ସୂଚନା ଦେଇଥିବା ପରୀକ୍ଷା ନିୟନ୍ତ୍ରକ ସୁରେନ୍ଦ୍ର ସେଠୀ ସୂଚାଇଛନ୍ତି।
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’
ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
Archives

