ଯୁକ୍ତ ୩ ବ୍ୟାକ ଫଳ ପ୍ରକାଶ ବିଳମ୍ବ ଘଟଣା: ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ, ୮ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମହାବିଦ୍ୟାଳୟରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବକୁ ନେଇ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି। ବୁଧବାର ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖାକୁ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ମେରିଟ୍‌ ଲିଷ୍ଟ ପ୍ରକାଶ ପରେ ଯୁକ୍ତ ୩ ବ୍ୟାକ ପେପର ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରମାନେ ପୁଣି ଆନ୍ଦୋଳନ କରିଛନ୍ତି ା ପ୍ରକାଶ ପାଇଥିବା ମେରିଟ୍‌ ଲିଷ୍ଟ ବାତିଲ କରି ବ୍ୟାକ ପେପର ଫଳ ପରେ ତାଲିକା ପ୍ରକାଶ କରିବାକୁ ସେମାନେ ଦାବି କରି ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏହାର ସମାଧାନ କ୍ଷେତ୍ରରେ ସ୍ନାତକ ପରିଷଦ ଅଧ୍ୟକ୍ଷା ପ୍ରଫେସର ଅରୁନ୍ଧତୀ ରଥ ଅସମର୍ଥ ପ୍ରକାଶ କରିବା ସହ ଭାରପ୍ରାପ୍ତ କୁଳପତି ତଥା ଆରଡିସି ଟି. ଆଓଙ୍କୁ ଏନେଇ ଅବଗତ କରିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ଫଳରେ ଗୁରୁବାର ଛାତ୍ରୀଛାତ୍ରମାନେ ଆରଡିସିଙ୍କୁ ଭେଟିବେ ବୋଲି ସୂଚନା ମିଳିଛି ା ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକପେପର ପରୀକ୍ଷା ଖାତା ମୂଲ୍ୟାୟନ ଜୁଲାଇ ୩୧ରୁ ଶେଷ ହୋଇଛି ା ଫଳ ପ୍ରକାଶ ନେଇ ବିଳମ୍ବ ହେଉଛି ା ତଥାପି ଆସନ୍ତା ୨୦ ରୁ ୨୨ ସୁଦ୍ଧା ଫଳ ପ୍ରକାଶ କରିବା ନେଇ ଏନ୍‌ଆଇସି ସୂଚନା ଦେଇଥିବା ପରୀକ୍ଷା ନିୟନ୍ତ୍ରକ ସୁରେନ୍ଦ୍ର ସେଠୀ ସୂଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri