ଯୁକ୍ତ୨ ପରୀକ୍ଷା ଆରମ୍ଭ: କପି କରି ଧରାପଡ଼ିଲେ ୧୧ ବିଜ୍ଞାନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୪ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ଛାତ୍ରୀଛାତ୍ର ମାତୃଭାଷା ଓଡ଼ିଆ ପରୀକ୍ଷା ଦେଇଛନ୍ତି। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିଥିଲା। ୯୭ ହଜାର ୫୪୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୧୧ଜଣ କପି କରି ଧରାପଡ଼ିଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ରାଜ୍ୟର ୨୦୨ଟି ହବ୍‌ରେ ପ୍ରଶ୍ନପତ୍ର ରଖାଯାଇଥିଲା। ମଙ୍ଗଳବାର ସାଢ଼େ ୯ଟା ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ଥିଲା। ୧୦ଟାରେ ପ୍ରଶ୍ନପତ୍ର ପରୀକ୍ଷାର୍ଥୀଙ୍କୁ ଦିଆଯାଇଥିଲା। ଏବର୍ଷ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଥିବାବେଳେ କପି ଓ ନକଲି ପରୀକ୍ଷାର୍ଥୀଙ୍କୁ ରୋକିବାକୁ ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ଦୁଇ ଥର ଯାଞ୍ଚ କରାଯାଇଛି। ପ୍ରଥମେ ଛାତ୍ରୀଛାତ୍ରଙ୍କ ପରିଚୟପତ୍ର ଓ ପରେ କପି ଯାଞ୍ଚ କରାଯାଇଛି। ବୁଧବାରଠାରୁ ଯୁକ୍ତ୨ କଳା ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ। କଳାରେ ମୋଟ ୨ଲକ୍ଷ ୨୦ହଜାର ୪୩୭ ଜଣ ଏବଂ ବାଣିଜ୍ୟରେ ୨୫ ହଜାର ୭୮୫ ଜଣ ପରୀକ୍ଷାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri