ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ ୨୫ ଜଣ ତୃତୀୟ ଶ୍ରେଣୀରେ ପାସ୍ ହୋଇଛନ୍ତି। ୧୨ଜଣ ଅକୃତକାର୍ଯ୍ୟ ହୋଇଥିବାବେଳେ ଜଣେ ପରୀକ୍ଷାରେ ଅନୁପସ୍ଥିତ ଥିଲେ। ସର୍ବାଧିକ ମାର୍କ ରଖିଥିବା ପ୍ରିୟନା ପୃଷ୍ଟି କଲେଜ ଟପ୍ପର ହୋଇଥିବା ଭାରପ୍ରାପ୍ତ ଅଧ୍ୟକ୍ଷ ତପନ ସେଠୀ ସୂଚନା ଦେଇଛନ୍ତି।
ସେହିପରି ମହିଳା କଲେଜରେ ପାସ୍ ହାର ରହିଛି ୮୩.୪୮%। ମୋଟ ୧୦୯ଜଣ ପରୀକ୍ଷା ଦେଇଥିବାବେଳେ ୯୧ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୨୬, ଦ୍ୱିତୀୟ ଶ୍ରେଣୀରେ ୪୧, ତୃତୀୟ ଶ୍ରେଣୀରେ ୨୪ ଜଣ ପାସ୍ କରିଛନ୍ତି। ୪୪୮ ମାର୍କ ରଖିଥିବା ଗୀତାଶ୍ରୀ ଶୁଭଜିତ୍ରା କଲେଜ ଟପ୍ପର ହୋଇଥିବା କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଭାପୁରସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ କଲେଜର ଯୁକ୍ତ ୨ ପରୀକ୍ଷା ଦେଇଥିବା ୬୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫୬ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୨୧, ଦ୍ୱିତୀୟ ଶ୍ରେଣୀରେ ୨୨ ଏବଂ ତୃତୀୟ ଶ୍ରେଣୀରେ ୧୩ଜଣ ଅଛନ୍ତି। ବିଶ୍ୱେଶ୍ୱର ସାମଲ ୪୯୪, ଯଶକେତନ ନାଏକ ୪୮୨, ଆଲୋକ ପ୍ରଧାନ ୪୫୯ ମାର୍କ ରଖି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ହାସଲ କରିଥିବା କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

