Posted inଖେଳ

ଯୁବ ଭାରତୀୟ ଦଳକୁ ରେକର୍ଡ ଏସିଆ କପ୍‌

କଲମ୍ବୋ,୧୪।୯: ବାମହାତୀ ସ୍ପିନର ଅଥର୍ବ ଆଙ୍କୋଲେକରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ୧୯ ବର୍ଷରୁ କମ୍‌ କ୍ରିକେଟ ଏସିଆ କପ୍‌ ଜିତିଛି। ସ୍ଥାନୀୟ ଆର. ପ୍ରେମଦାସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ ୫ ରନ୍‌ରେ ବାଂଲାଦେଶକୁ ହରାଇ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳ ଇନିଂସ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦଳ ମାତ୍ର ୩୨.୪ ଓଭରରେ ୧୦୬ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ୩ ଜଣ ବ୍ୟାଟ୍ସମ୍ୟାନ ଖାତା ଖୋଲିପାରି ନ ଥିବାବେଳେ ୫ ଜଣ ଦୁଇ ଅଙ୍କ ସ୍କୋର ଛୁଇଁପାରି ନ ଥିଲେ। କେବଳ କରନ ଲାଲ ୩୭, ଅଧିନାୟକ ଧ୍ରୁବ ଜୁରେଲ ୩୩ ଓ ଶଶ୍ୱାତ ରାଓ୍ବତ ୧୯ ରନ୍‌ କରିଥିଲେ। ବାଂଲାଦେଶ ପକ୍ଷରୁ ମୃତ୍ୟୁଞ୍ଜୟ ଚୌଧାରୀ ଓ ଶାମିମ ହୋସେନ ୩ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ବାଂଲାଦେଶ ବ୍ୟାଟିଂ ଲାଇନ ଅଫ୍‌ ମଧ୍ୟ ସମାନ ଦଶା ଭୋଗିଥିଲା। ୧୦୭ ରନ୍‌ର ଛୋଟିଆ ଟାର୍ଗେଟ ନେଇ ଓହ୍ଲାଇଥିବା ବାଂଲାଦେଶ ୩୩ ଓଭରରେ ୧୦୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଅଧିନାୟକ ଆଖବର ଅଲି ୨୩, ମୃତ୍ୟୁଞ୍ଜୟ ୨୧, ତାନ୍‌ଜିମ ହାସନ ସାକିବ ୧୨ ଓ ରକିବୁଲ ହାସନ ୧୧ ରନ୍‌ କରିଥିଲେ। ୧୮ ବର୍ଷୀୟ ଅଙ୍କୋଲେକର ୮ ଓଭର ବୋଲିଂ କରି ୨୮ ରନ୍‌ କ୍ଷତିରେ ୫ ଉଇକେଟ ନେଇ ହିରୋ ସାଜିଛନ୍ତି। ତାଙ୍କୁ ଭରପୂର ସହାୟତା କରିଥିଲେ ଆକାଶ ସିଂ। ସେ ୩ ଉଇକେଟ ନେଇଥିବାବେଳେ ବିଦ୍ୟାଧର ପାଟିଲ ଓ ସୁଶାନ୍ତ ମିଶ୍ର ଗୋଟିଏ ଲେଖାଏ ସଫଳତା ପାଇଥିଲେ। ଭାରତୀୟ ଦଳ ୭ମଥର ପାଇଁ ଏସିଆ କପ୍‌ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?