ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ ସୁନ୍ଦରାବସ୍ତି ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ଅଭିଯୁକ୍ତ ମନୋଜ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଦୁଇଜଣ ମହିଳାଙ୍କ ସମେତ ଅନ୍ୟ ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ମନୋଜ ଗାଢ଼ା ହଟିଂ ଅଞ୍ଚଳର ଜୟନ୍ତୀ ଲୋହାର ନାମ୍ନୀ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଧରିବାକୁ ଉଦ୍ୟମ କରିବାରୁ ବିଭିନ୍ନ ଲୋକଙ୍କ ଘର ଛାତ ଉପରେ ଚଢ଼ି ଖସିଯାଇଥିଲେ। ତେବେ ମନୋଜ ସନ୍ଧ୍ୟା ସମୟରେ ଉଲଗ୍ନ ହୋଇ ଏକ ଧାରୁଆ ଅସ୍ତ୍ର ଧରି ଏଣେତେଣେ ବୁଲୁଥିଲାବେଳେ ରାତିରେ କୌଣସି କାରଣ ନ ଥାଇ ଟୁନି କିଷାନ ନାମ୍ନୀ ମହିଳାଙ୍କ ମୁଣ୍ଡ, ବେକ ଓ ହାତକୁ ହାଣି ପକାଇଥିଲେ। ତାଙ୍କ ଚିତ୍କାର ଶୁଣି ସେହି ଅଞ୍ଚଳର ରାଜକୁମାର ଗୋପ, କ୍ରିଷ୍ଣା ପ୍ରସାଦ ଓ କୁନା ମହାକୁଡ଼ ଅଭିଯୁକ୍ତଙ୍କ କବଳରୁ ଟୁନିଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ଟୁନିଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ମନୋଜଙ୍କୁ କାବୁ କରିଥିଲା। ମନୋଜ ମାନସିକ ସନ୍ତୁଳନ ହରାଇଥିବା ଅନୁମାନ କରାଯାଉଥିବାବେଳେ ମରଣାନ୍ତକ ଆକ୍ରମଣ ନେଇ ବଡ଼ବିଲ ଥାନାକେସ୍‌ ନଂ.୧୬୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ମନୋଜ ମଧ୍ୟ ଆହତ ହୋଇଥିବାରୁ ପୋଲିସ ତାଙ୍କୁ ନିଜ ହେପାଜତରେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri